ଦଳିତ ପରିବାରଙ୍କୁ ଗାଁ ରୁ ତଡ଼ିବା ଘଟଣା  ଓଏଚ୍‌ଆରସିଙ୍କ ନିର୍ଦ୍ଦେଶ ନ ମାନିବାରୁ ପୁରୀ ଜିଲାପାଳଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ପୁରୀ ଜିଲା ବ୍ରହ୍ମଗିରି ନୂଆ ଗାଁର ୪ ଦଳିତ ପରିବାରକୁ ଗ୍ରାମର କେତେଜଣ ଲୋକ ମାଡ଼ ମାରି ତଡ଼ିବା ମାମଲାରେ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପୁରୀ ଜିଲାପାଳ ନିର୍ଦ୍ଦେଶ ମାନି ନ ଥିବାରୁ କମିଶନ ଏ ନେଇ ଡିସେମ୍ବର ୬ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ଉତ୍ତର ନ ଦେଲେ ବ୍ୟକ୍ତିଗତ ହାଜର ପାଇଁ ସମ୍‌ନ କରାଯିବ ବୋଲି କମିଶନ ଜଣାଇଛନ୍ତି। ସୂଚନା ଅନୁଯାୟୀ, ୨୦୧୮ଜୁଲାଇ ୨୩ରେ ନୂଆ ଗାଁ ରେ ରହୁଥିବା ୪ ଦଳିତ ପରିବାରଙ୍କୁ ମାଡ଼ ମାରି କେତେଜଣ ବ୍ୟକ୍ତି ତଡ଼ି ଦେଇଥିଲେ। ସେମାନଙ୍କ ଘର ଭାଙ୍ଗି ଦେବା ସହ ଲୁଟପାଟ କରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୧୧୫/୧୮) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। କିନ୍ତୁ କାର୍ଯ୍ୟାନୁଷ୍ଠାନ ନ ହେବାରୁ ମାନବିକ ଅଧିକାର କର୍ମୀ ପ୍ରଦୀପ୍ତ ନାୟକଙ୍କ ସହଯୋଗରେ ୪ ପରିବାର କମିଶନଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାପରେ ପୋଲିସ କେତେଜଣ ଅଭିଯୁକ୍ତଙ୍କୁ ଗିରଫ କରି ଚୁପ୍‌ ବସିଥିଲା। ଉକ୍ତ ଦଳିତ ପରିବାରଙ୍କୁ ରହିବା ପାଇଁ ଘର କରି ଦେବା ପାଇଁ କମିଶନ ଗତ ମାର୍ଚ୍ଚରେ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଜିଲାପାଳ ତାହାକୁ ପାଳନ କରି ନ ଥିବାରୁ ସେମାନେ ବାତ୍ୟା ଆଶ୍ରୟସ୍ଥଳୀରେ ରହୁଛନ୍ତି। ଏ ସଂକ୍ରାନ୍ତରେ ରିପୋର୍ଟ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri