Posted inଖେଳ

ଦଶନ୍ଧି ପରେ ପାକିସ୍ତାନକୁ ଫେରିଲା ଟେଷ୍ଟ କ୍ରିକେଟ: ଶ୍ରୀଲଙ୍କା ୨୦୨/୫

ରାଓ୍ବଲପିଣ୍ଡି,୧୧।୧୨(ଏଏଫ୍‌ପି)- ପାଖାପାଖି ଏକ ଦଶନ୍ଧି ପରେ ପାକିସ୍ତାନରେ ପୁଣି ଥରେ ଟେଷ୍ଟ କ୍ରିକେଟ ଖେଳାଯାଇଛି। ସ୍ଥାନୀୟ ରାଓ୍ବଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବୁଧବାରଠାରୁ ପାକିସ୍ତାନ ଓ ଭ୍ରମଣକାରୀ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ୨୦୦୯ ମାର୍ଚ୍ଚରେ ଲାହୋରର ଗାଦ୍ଦାଫି ଷ୍ଟାଡିୟମରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳାଯିବା ଅବସରରେ ଶ୍ରୀଲଙ୍କା ଟିମ୍‌ ବସ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଏଥିରେ ଶ୍ରୀଲଙ୍କା କ୍ରିକେଟରମାନେ ଅଳ୍ପକେ ବର୍ତ୍ତିଯାଇଥିଲେ। ଏହି ଘଟଣାରେ ୮ଜଣ ଲୋକ ପ୍ରାଣ ହରାଇଥିଲେ। ଏହାପରେ ପାକିସ୍ତାନ ଯିବା ପାଇଁ କୌଣସି ଦେଶ ଆଗ୍ରହ ପ୍ରକାଶ କରି ନ ଥିଲେ ଓ ପାକିସ୍ତାନରେ କୌଣସି ଅନ୍ତର୍ଜାତୀୟ ମ୍ୟାଚ୍‌ ଆୟୋଜନ ହୋଇ ନ ଥିଲା। ତେବେ ଦୀର୍ଘ ଦଶ ବର୍ଷ ପରେ ଶ୍ରୀଲଙ୍କା ପୁଣି ଥରେ ପାକିସ୍ତାନ ଗସ୍ତ କରି ଟେଷ୍ଟ ଖେଳିଛି। ବୁଧବାର ପାକିସ୍ତାନ କ୍ରିକେଟ ପାଇଁ ଏକ ଐତିହାସିକ ଦିବସ ସାବ୍ୟସ୍ତ ହୋଇଛି। ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ କରାଚୀରେ ୧୯ ତାରିଖରୁ ଆରମ୍ଭ ହେବ। ଏହି ସିରିଜ ସଫଳତାର ଆୟୋଜନ ହୋଇପାରିଲେ ଅନ୍ୟ ଦେଶମାନଙ୍କୁ ଆମନ୍ତ୍ରଣ କରିବା ପାଇଁ ପାକିସ୍ତାନ ସକ୍ଷମ ହେବ ବୋଲି ଆଶା କରାଯାଉଛି।
ସକାଳୁ ଟସ୍‌ ଜିତି ଶ୍ରୀଲଙ୍କ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପାକିସ୍ତାନ ଦ୍ରୁତ ବୋଲରମାନେ ପ୍ରଭାବୀ ସାବ୍ୟସ୍ତ ହୋଇଛନ୍ତି। ଖରାପ୍‌ ଆଲୋକ କାରଣରୁ ଖେଳ ଶୀଘ୍ର ସମାପ୍ତ ହୋଇଥିଲା। ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଶ୍ରୀଲଙ୍କା ୬୮.୧ ଓଭରରେ ୫ ଉଇକେଟ ହରାଇ ୨୦୨ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଧନଞ୍ଜୟ ଡି ସିଲଭା ୩୮ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ନିରୋଶାନ ଡିକ୍‌ଓ୍ବାଲା ୧୧ ରନ କରି ଅପରାଜିତ ରହିଛନ୍ତି। ଅଧିନାୟକ ତଥା ଓପନର ଦିମୁଥ କରୁଣାରତ୍ନେ ସର୍ବାଧିକ ୫୯ ରନର ଅର୍ଦ୍ଧଶତକୀୟ ପାଳି ଖେଳିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଓଶାଡା ଫର୍ନାଣ୍ଡୋ ୪୦, ଆଞ୍ଜେଲୋ ମାଥ୍ୟୁସ୍‌ ୩୧, କୁଶଲ ମେଣ୍ଡିସ୍‌ ୧୦ ଓ ଦୀନେଶ ଚାଣ୍ଡିମଲ ୨ ରନ କରି ଆଉଟ ହୋଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ନଶିମ ଶାହା ୨, ମହମ୍ମଦ ଆବାସ, ଶାହିନ ଶାହ ଆଫ୍ରିଦି, ଉସ୍‌ମାନ ଶିନଓ୍ବାରୀ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ପ୍ରଥମ ଇନିଂସ- ୬୮.୧ ଓଭରରେ ୨୦୨/୫
(ଦିମୁଥ କରୁଣାରତ୍ନେ- ୫୯, ଓଶାଡା ଫର୍ଣ୍ଣାଣ୍ଡୋ- ୪୦, ଆଞ୍ଜେଲୋ ମାଥ୍ୟୁସ- ୩୧, ଧନଞ୍ଜୟ ଡି ସିଲଭା- ୩୮*, ନିରୋଶାନ ଡିକ୍‌ଓ୍ବାଲା- ୧୧*, ନଶିମ ଶାହା- ୨/୫୧, ମହମ୍ମଦ ଆବାସ- ୧//୫୦, ଶାହିନ ଶାହ ଆଫ୍ରିଦି- ୧/୩୭, ଉସ୍‌ମାନ ଶିନଓ୍ବାରୀ- ୧/୪୭)।


Enter your email to get our daily news in your inbox.

All Right Reserved By Dharitri.Com

କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା

କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍‌ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…

ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri