ଦଶମ ପାଠ୍ୟପୁସ୍ତକ ପରିବର୍ତ୍ତନକୁ ବିରୋଧ

କଟକ ଅଫିସ୍‌,୧୬ା୪: ଲକ୍‌ଡାଉନ୍‌ ଯୋଗୁ ସାରା ଦେଶରେ ଏବେ ଏକ ପ୍ରକାର ଅଚଳାବସ୍ଥା ଦେଖାଦେଇଛି। ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ଦଶମ ଶ୍ରେଣୀ ପାଠ୍ୟପୁସ୍ତକରେ ପରିବର୍ତ୍ତନ ପାଇଁ ଘୋଷଣା କରିଛନ୍ତି। ଏହାକୁ ଏଆଇଡିଏସ୍‌ଓ ପକ୍ଷରୁ ତୀବ୍ର ବିରୋଧ କରାଯିବ ସହ ନିଷ୍ପତ୍ତି ପ୍ରତ୍ୟାହାର ପାଇଁ ଦାବି କରାଯାଇଛି। ସଂଗଠନ ତରଫରୁ କୁହାଯାଇଛି, ଗୋଟିଏ ପଟେ ବିଦ୍ୟାଳୟଗୁଡିକ ବନ୍ଦ ଥିବା ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ଅସୁବିଧା ହେଉଛି। ନବମ ଏବଂ ଦଶମ ଶ୍ରେଣୀର ଛାତ୍ରୀଛାତ୍ରମାନେ ଉପର ଶ୍ରେଣୀର ପିଲାଙ୍କ ପାଖରୁ ପୁରୁଣା ପୁସ୍ତକ ଯୋଗାଡ଼କରି ପଢ଼ୁଛନ୍ତି। ମାତ୍ର ବ୍ୟବସାୟ ମନୋବୃତ୍ତି ରଖି ବୋର୍ଡ଼ କର୍ତ୍ତୃପକ୍ଷ ପାଠ୍ୟପୁସ୍ତକରେ ପରିବର୍ତ୍ତନ କରିଛନ୍ତି। ନୂଆ ବହି କିଣିବାକୁ ଯାଇ ଆର୍ଥିକ ଶୋଷଣର ଶିକାର ହେବେ। ବୋର୍ଡ଼ର ନିଷ୍ପତ୍ତି ସମ୍ପୂର୍ଣ୍ଣ ଭାବେ ଛାତ୍ରୀଛାତ୍ର ବିରୋଧୀ। ଏଣୁ ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିବା, ନବମ ଓ ଦଶମ ଶ୍ରେଣୀର ସମସ୍ତ ଛାତ୍ରୀଛାତ୍ରଙ୍କୁ ମାଗଣାରେ ବହି ଯୋଗାଇ ଦେବା ସହ ସମସ୍ତ ଶିକ୍ଷାନୁଷ୍ଠାନରେ ଫି’ ଛାଡ ପାଇଁ ଏଆଇଡିଏସ୍‌ଓ ପକ୍ଷରୁ ଦାବି ରାଜ୍ୟ ସଭାପତି ଗଣେଶ ତ୍ରିପାଠୀ, ସମ୍ପାଦକ ସୁବାସ ନାୟକ, କଟକ ଜିଲା ସଭାପତି ଭାଗ୍ୟରବି ଦାସ ଏବଂ ସମ୍ପାଦକ ବିନୋଦ ସେଠୀ ଏକ ପ୍ରେସ ବିବୃତିରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri