ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା:୨ ଜଣଙ୍କୁ ୨୦ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୨ା୧:ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ତଥା ଅତିରିକ୍ତ ଜିଲା ଦୌରାଜଜ୍‌ ସମର ବିଳାସ ବେହେରା ମଙ୍ଗଳବାର ୨ ଦୋଷୀଙ୍କୁ ୨୦ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଉଭୟଙ୍କୁ ୫୭ ହଜାର ଲେଖାଏ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟେ ଅଧିକ ୬ ମାସ ଜେଲ ଭୋଗିବାକୁ ବିଚାରପତି ରାୟରେ ଉଲ୍ଲେଖ କରିଛନ୍ତି। ଜରିମାନା ଆଦାୟ ଟଙ୍କା ପୀଡ଼ିତାଙ୍କୁ ଦିଆଯିବ ବୋଲି ଅଦାଲତ କହିଛନ୍ତି। ଅଭିଯୁକ୍ତଦ୍ୱୟ ହେଲେ ବାଲିଗୁଡା ଥାନା ସିନ୍ଧିରିଗାଁ ପଞ୍ଚାୟତ ପାସେରିପଡ଼ାର ଅରୁଣ ସାହୁ ଓ ଖଜୁରିନାଳ ପାଖ ଡୁମୁଡ଼ିସାହିର ରଞ୍ଜିତ ସାହୁ।
୨୦୧୬ ଡିସେମ୍ବର ୨୨ ତାରିଖ ସନ୍ଧ୍ୟାରେ ଛାତ୍ରୀ ଜଣକ ତାଙ୍କ ଘର ପାଖରେ ବୁଲୁଥିଲେ। ଏହି ସମୟରେ ଅରୁଣ ଏବଂ ରଞ୍ଜିତ ଏକ ବାଇକରେ ଆସି ତାଙ୍କୁ ଜୋରଜବରଦସ୍ତ ଉଠାଇ ନେଇଥିଲେ। ଛାତ୍ରୀ ଜଣକ ପାଟି କରିବାରୁ ମୁହଁରେ କପଡ଼ା ବାନ୍ଧି ଦେଇଥିଲେ। ବାଟରେ ସେମାନେ ତାଙ୍କର ଜଣାଶୁଣା ଅରୁଣ ନାୟକଙ୍କୁ ପଛରେ ଆସିବାକୁ କହିଥିଲେ। କିଛି ବାଟ ଯିବା ପରେ ଅରୁଣ ଏବଂ ରଞ୍ଜିତ ଛାତ୍ରୀଙ୍କୁ ବାଇକ୍‌ରୁ ଓହ୍ଳାଇ ଏକ କାର୍‌ରେ ଅଳ୍ପ ଦୂର ନେଇଯାଇ ଏକ ଜଙ୍ଗଲରେ ବଳାତ୍କାର କରିଥିଲେ। ଏହାପରେ ସେମାନେ ପଥରରେ ଛାତ୍ରୀଙ୍କ ମୁହଁକୁ ଛେଚି ହତ୍ୟା ଉଦ୍ୟମ କରିଥିଲେ। ଏହି ସମୟରେ ଅରୁଣ ସେଠାରେ ପହଞ୍ଚି ଯାଇ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ମାଡ଼ ମାରିଥିଲେ। ଛାତ୍ରୀ ଜଣକ ମରି ଯାଇଥିବା ଭାବି ଦୋଷୀ ୨ ଜଣ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରେ ସେହି ବାଟ ଦେଇ ଆସୁଥିବା କେତେଜଣ ଲୋକ ପୀଡ଼ିତା ଓ ଅରୁଣଙ୍କ ପାଟି ଶୁଣି ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି ବାଲିଗୁଡା ମେଡିକାଲରେ ଭର୍ତ୍ତି କରିଥିଲେ। ପୀଡ଼ିତାଙ୍କ ପରିବାର ଲୋକେ ଘଟଣା ପରଦିନ ଅର୍ଥାତ ୨୩ ତାରିଖରେ ଏହି ଖବରପାଇ ମେଡିକାଲରେ ପହଞ୍ଚିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ପୀଡ଼ିତାଙ୍କୁ ଫୁଲବାଣୀ ମେଡିକାଲକୁ ପଠାଯାଇଥିଲା। ସେଠାରେ ତାଙ୍କର ଚେତା ଫେରିବା ପରେ ଘଟଣା ବିଷୟରେ ପରିବାର ଲୋକଙ୍କୁ କହିଥିଲେ। ଏ ନେଇ ପୀଡ଼ିତାଙ୍କ ମା’ ୨୪ ତାରିଖରେ ବାଲିଗୁଡା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୮୭/୧୬ରେ ମାମଲା ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରିଥିଲା। ୧୩ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ଡାକ୍ତରୀ ରିପୋର୍ଟ, ଛାତ୍ରୀଙ୍କ ବୟାନକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ କୁମାର ପ୍ରହରାଜ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri