ଦଶମ ଶ୍ରେଣୀ ପାଇଁ ନୂଆ ସିଲାବସ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ଚଳିତ ବର୍ଷ ନବମ ଶ୍ରେଣୀରୁ ପାସ୍‌ ହୋଇ ଦଶମକୁ ଯିବାକୁ ଥିବା ପିଲାମାନେ ନୂଆ ବହି ପାଇବେ। ଅର୍ଥାତ୍‌ ଚଳିତ ବର୍ଷ ଦଶମ ଶ୍ରେଣୀ ସିଲାବସ୍‌ରେ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି। ମୋଟ ୧୪ଟି ବିଷୟ ମଧ୍ୟରୁ ୮ଟିରେ ପରିବର୍ତ୍ତନ କରାଯାଇଛି। ୨୦୧୩ ମସିହାରୁ ଦଶମ ସିଲାବସ୍‌ରେ ପରିବର୍ତ୍ତନ କରାଯାଇ ନ ଥିଲା। ୭ ବର୍ଷ ପରେ ଏଥର ପିଲାମାନେ ନୂଆ ସିଲାବସ୍‌ ପାଇବେ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଦଶମ ବହି ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯାଇ ନ ଥିଲେ ମଧ୍ୟ ଅଧିକାଂଶ ବିଷୟରେ ଆଂଶିକ ପରିବର୍ତ୍ତନ ହୋଇଛି। ମୋଟ ଉପରେ କହିବାକୁ ଗଲେ ଚଳିତ ଥର ପିଲାମାନେ ନୂଆ ବିଷୟ ପଢିବେ ବୋଲି ସେ କହିଛନ୍ତି। ଲକ୍‌ଡାଉନ ଉଠିବା ମାତ୍ରେ ନୂଆ ବହି ବଜାରକୁ ଛଡାଯିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ସେକ୍ରେଟାରୀ ରାମାଶିଷ ହାଜିରା ସୂଚନା ଦେଇଛନ୍ତି। ବହି ଛପା ସରି ସମସ୍ତ କାର୍ଯ୍ୟ ଶେଷ ହୋଇ ସାରିଥିବା ମଧ୍ୟ ସେ କହିଛନ୍ତି। ସମୀର ଆହୁରି କହିଛନ୍ତି ଯେ, ଲକ୍‌ଡାଉନ୍‌ ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ସମସ୍ୟା ଦେଖାଦେଇଛି। ଏ ସମସ୍ୟା କିପରି ଦୂରହେବ ସେନେଇ ସରକାର ପଦକ୍ଷେପ ନେଉଛନ୍ତି। ପ୍ରଥମ ପର୍ଯ୍ୟାୟରେ କେବଳ ପୁରୀ ଜିଲାରେ ପ୍ରଥମରୁ ଅଷ୍ଟମ ଶ୍ରଣୀ ପିଲାଙ୍କ ପାଖରେ ପାଠ୍ୟପୁସ୍ତକ ପହଞ୍ଚାଇବାକୁ ଜିଲାପାଳଙ୍କ ସହ ଆଲୋଚନା ହୋଇଛି। ଏନେଇ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ମଧ୍ୟ ଚିଠି ଦିଆଯାଇଛି। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ବହି ବ୍ଲକ ଓ ସ୍କୁଲରେ ପହଞ୍ଚିସାରିଛି। ୨୫ ସୁଦ୍ଧା ପିଲାମାନଙ୍କ ପାଖରେ ବହି ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ସେ ସୂଚନା ଦେଇଛନ୍ତି। ଏହାଛଡ଼ା ମେ ୩ ତାରିଖ ଲକ୍‌ଡାଉନ୍‌ ଅବଧି ଶେଷ ହେବା ପରେ ମାଟ୍ରିକ ଖାତା ଦେଖା ଆରମ୍ଭ ହେବ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri