ଦଶହରା ଲଢ଼େଇ

ଏଥର ଦଶହରା ବଜାରରେ ଦୁଇଟି ସିନେମା-‘ମିଷ୍ଟର ମଜ୍‌ନୁ’ ଏବଂ ‘ଦିସ୍‌ ଇଜ୍‌ ମାୟାରେ ବାୟା’ ରିଲିଜ୍‌ ହେବାକୁ ଯାଉଛି। ଅର୍ଥାତ୍‌ ଚଳିତବର୍ଷ ଏହି ଦୁଇ ସିନେମା ଦଶହରା ଲଢ଼େଇରେ ସାମିଲ ହୋଇଛନ୍ତି। ତରଙ୍ଗ ସିନେ ପ୍ରଡକ୍ସନ ବ୍ୟାନର ତଥା ଜାଗୀ ମଙ୍ଗତ ପଣ୍ଡାଙ୍କ ପ୍ରଯୋଜନାରେ ପ୍ରସ୍ତୁତ ହୋଇଛି ‘ମିଷ୍ଟର ମଜ୍‌ନୁ’। ଫିଲ୍ମଟି ଚଳିତ ମାସ ୪ରେ ପରଦା ଉପରକୁ ଆସୁଛି। ଫିଲ୍ମର ନିର୍ଦ୍ଦେଶନା ଭାର ଅଶୋକ ପତି ସମ୍ଭାଳିଥିବା ବେଳେ ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି ବାବୁସାନ୍‌। ଏହା ପୂର୍ବରୁ ଅବଶ୍ୟ ଅଶୋକ-ବାବୁସାନ୍‌ ଯୋଡ଼ିକୁ ନେଇ ନିର୍ମିତ କେତେକ ଫିଲ୍ମ ଦର୍ଶକଙ୍କ ମନ ଜିଣିବାରେ ସକ୍ଷମ ହୋଇଛି। ତାଙ୍କ ଅପୋଜିଟ୍‌ରେ ଅଛନ୍ତି ତିନିଜଣ ନାୟିକା-ଶୀତଲ, ଦିବ୍ୟା ଏବଂ ସୂର୍ଯ୍ୟମୟୀ। ଅଭିଜିତ୍‌ ମଜୁମ୍‌ଦାରଙ୍କ ସ୍ବର ସଂଯୋଜନାରେ ସଂଯୋଜିତ ଗୀତଗୁଡ଼ିକ ମଧ୍ୟରୁ ‘ଉଠିଗଲା ଧାରା ୩୭୦’ ଭାଇରାଲ ହୋଇସାରିଲାଣି। ଅନ୍ୟପକ୍ଷରେ ସିଦ୍ଧାର୍ଥ ମ୍ୟୁଜିକ୍‌ ବ୍ୟାନରରେ ପ୍ରସ୍ତୁତ ହୋଇଛି ‘ଦିସ୍‌ ଇଜ୍‌ ମାୟାରେ ବାୟା’। ସୀତାରାମ ଅଗ୍ରଓ୍ବାଲଙ୍କ ପ୍ରଯୋଜିତ ଏହି ଫିଲ୍ମଟିର ନିର୍ଦ୍ଦେଶନା ଦେଇଛନ୍ତି ସୁଶାନ୍ତ ମଣି। ଡ. ନିର୍ମଳ ନାୟକ ଗୀତ ଏବଂ ସଂଳାପ ରଚନା କରିଥିବା ବେଳେ ଗୀତଗୁଡ଼ିକୁ ସ୍ବର ଦେଇଛନ୍ତି ବୈଦ୍ୟନାଥ ଦାଶ। ଏହି ଚିତ୍ରର ‘ଆଜିଠାରୁ ତୁ ମୋର, ତୁ ହୋଇଯା ଗୋଟେ ସ୍ମାର୍ଟ ଫୋନ୍‌ ଏବଂ ଫାଷ୍ଟ ଟାଇମ୍‌ କାହିଁ ଫିଲ୍‌ ହେଲା’ ଗୀତ ଚର୍ଚ୍ଚାରେ ରହିଛି। ଏହାର ମେଲ୍‌ ଲିଡ୍‌ରେ ସ୍ବରାଜ ଅଭିନୟ କରିଥିବା ବେଳେ ତାଙ୍କ ସହ ପ୍ରଥମ ଥର ପାଇଁ ସ୍କ୍ରିନ୍‌ ଶେୟାର କରିଛନ୍ତି ଏଲିନା ସାମନ୍ତରାୟ। ଅନ୍ୟପକ୍ଷରେ ସିଦ୍ଧାନ୍ତ ମହାପାତ୍ର ଏବଂ ଝିଲିକଙ୍କୁ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ। ତେବେ ଏଥର ଦଶହରା ବଜାରରେ କେଉଁ ଫିଲ୍ମ ବାଜି ମାରୁଛି, ତାହା ରିଲିଜ୍‌ ପରେ ହିଁ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri