ଦଶହରାରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା : ଓଡ଼ିଶାରେ ହାଇ ଆଲର୍ଟ, ବଢ଼ିଲା ସୁରକ୍ଷା

ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ଭାରତକୁ ପାକିସ୍ତାନ ପଟୁ ପଶି ଆସିଛନ୍ତି ଆତଙ୍କବାଦୀ। ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦ ଦିଲ୍ଲୀ ସମେତ ଦେଶର ବଡ଼ ବଡ଼ ସହରକୁ ଟାର୍ଗେଟ କରିଛି। ନବରାତ୍ରୀ ଓ ଦଶହରାରେ ବିସ୍ଫୋରଣ ପାଇଁ ଯୋଜନା କରୁଥିବା ଗୋଇନ୍ଦା ବିଭାଗ ସତର୍କ କରିବା ପରେ ଦିଲ୍ଲୀରେ ଏବେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଅନ୍ୟପକ୍ଷରେ ଏ ସଂକ୍ରାନ୍ତରେ କେନ୍ଦ୍ର ଗୋଇନ୍ଦା ବିଭାଗ ରାଜ୍ୟ ପୋଲିସକୁ ସତର୍କ କରାଇଛି। ପୂର୍ବରୁ ଆତଙ୍କବାଦୀଙ୍କ ଟାର୍ଗେଟରେ ଓଡ଼ିଶା ରହିଛି। ଏଠାରୁ ମଧ୍ୟ କେତେକ ଆତଙ୍କବାଦୀ ଧରାହୋଇଛନ୍ତି। ଏବେ ଗୋଇନ୍ଦା ରିପୋର୍ଟ ମିଳିବା ପରେ ରାଜ୍ୟରେ ହାଇ ଆଲର୍ଟ ଜାରି କରାଯାଇଛି। କଟକ ଓ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସହର ଓ ଉପକୂଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଦଶହରାରେ ପୂଜାମଣ୍ଡପ ନିକଟରେ ପ୍ରବଳ ଗହଳି ସମୟରେ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବା ସହ ଆତଙ୍କବାଦ କାର୍ଯ୍ୟକଳାପ ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ର ତଟ ଦେଇ ଆତଙ୍କବାଦୀମାନେ ପଶି ଆସିବାର ସମ୍ଭାବନା ଥିବାରୁ ଉପକୂଳରେ ସୁରକ୍ଷା ଓ ପାଟ୍ରୋଲିଂକୁ ଜୋର୍‌ଦାର କରିବାକୁ କୁହାଯାଇଛି। ସମୁଦ୍ରପଥ ଦେଇ ଆତଙ୍କବାଦୀମାନେ ପଶି ଆସିବା ସମ୍ଭାବନା ଥିବାରୁ ଓଡ଼ିଶା ପୋଲିସର ଚିନ୍ତା ବଢ଼ିଛି। ଆତଙ୍କବାଦୀଙ୍କୁ ଚ୍ୟାଲେଞ୍ଜ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ଏକ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିବା ସୂଚନା ମିଳିଛି।
ସମ୍ଭାବ୍ୟ ଆକ୍ରମଣକୁ ଦୃଷ୍ଟିରେ ରଖାଯାଇ ରେଲ୍‌ଓ୍ବେ ଷ୍ଟେଶନ, ବିମାନବନ୍ଦର ଓ ସମୁଦ୍ରତଟବର୍ତ୍ତୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି। ମେରାଇନ୍‌ ଥାନା ଅଧିକାରୀଙ୍କୁ ପାଟ୍ରୋଲିଂ କଡାକଡି କରାଯିବା ସହ ସ୍ଥାନୀୟ ଲୋକଙ୍କ ସହ ଯୋଗାଯୋଗ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆତଙ୍କବାଦୀମାନେ ବିସ୍ଫୋରଣ ପାଇଁ ସାଇକେଲ, ବାଇକ ଓ କାର ବ୍ୟବହାର କରିପାରନ୍ତି। ପାର୍କିଂ ସ୍ଥଳରେ କିମ୍ବା ରାସ୍ତାରେ ଯାଉଥିବା କୌଣସି ଗାଡିକୁ ସନ୍ଦେହଜନକ ଅବସ୍ଥାରେ ରହିଥିବା ସୂଚନା ମିଳିଲେ ତୁରନ୍ତ ଯାଞ୍ଚ ସହ ତାହା ଉପରେ ନଜର ରଖାଯିବ। ସେହିଭଳି କୌଣସି ଅଜଣା ବ୍ୟକ୍ତିଙ୍କ ଉପରେ ସନ୍ଦେହ ହେଲେ ପୋଲିସ ତୁରନ୍ତ ତାଙ୍କ ସମ୍ପର୍କରେ ତଥ୍ୟ ନେବାକୁ ପରାମର୍ଶ ଦିଆଯାଇଛି। ଏନେଇ ପୋଲିସ ଡିଜି ବି.କେ. ଶର୍ମାଙ୍କ ମତାମତ ମିଳିପାରିନି। ତେବେ କୋଷ୍ଟାଲ ସୁରକ୍ଷା ଏବଂ ରେଲ୍‌ଓ୍ବେ ଏଡିଜି ପ୍ରଣବିନ୍ଦୁ ଆଚାର୍ଯ୍ୟ କହିଛନ୍ତି, ଏନେଇ ସମୁଦ୍ର ତଟ ଓ ଉପକୂଳ ଅଞ୍ଚଳରେ ପାଟ୍ରୋଲିଂ କଡ଼ାକଡ଼ି ପାଇଁ କୁହାଯାଇଛି। ଏହାସହ ଟ୍ରେନରେ ଯାଉଥିବା ଯାତ୍ରୀଙ୍କୁ ତନ୍ନତନ୍ନ କରି ଯାଞ୍ଚ କରିବା ସହ ସନ୍ଦେହଜନକ ବସ୍ତୁ ବା ବ୍ୟକ୍ତିଙ୍କ ଉପରେ ପୋଲିସ ନଜର ରଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri