ଦହି ସହ ଚିନି ଖାଆନ୍ତି କାହିଁକି…

ପରମ୍ପରା ଓ ରୀତିନୀତି ଆମ ଜୀବନରେ ଏକ ମହତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଛି। ଏହା ଉପରେ ଆମର ଅତୁଟ ବିଶ୍ୱାସ ରହିଥାଏ। ଯାହାଦ୍ୱାରା ଆମେମାନେ ସେହି ରୀତିନୀତିକୁ ପାଳନ କରିଥାଉ। ଏପରି ଏକ ପରମ୍ପରା ରହିଛି ଯେ କୌଣସି ଏକ ଶୁଭକାମରେ ଯିବା ପୂର୍ବରୁ ଦହି ଓ ଚିନି ଖିଆଯାଇଥାଏ। ଯେପରି କୌଣସି ପରୀକ୍ଷା ଦେବାକୁ ଯିବା ପୂର୍ବରୁ ବା କୌଣସି ଶୁଭ କାମକୁ ଯିବା ପୂର୍ବରୁ ଦହି ଓ ଚିନି ଖାଇଲେ ଭଲ ଫଳ ମିଳିଥାଏ। ତେବେ ବିଜ୍ଞାନ ଅନୁସାରେ ମନୁଷ୍ୟ କୌଣସି ଏକ ବିଶେଷ କାର୍ଯ୍ୟ ପାଇଁ ଘରୁ ବାହାରକୁ ଯାଉଥିଲେ, ତାପାଇଁ ଦିନସାରା ଶାରୀରିକ ଓ ମାନସିକ ଶକ୍ତିର ଆବଶ୍ୟକତା ପଡ଼ିଥାଏ। ଏପରିସ୍ଥଳେ ଗୋଟିଏ କପ୍‌ ଦହି ଓ ଚିନି ଶରୀରର ଶକ୍ତିକୁ ବଢାଇଥାଏ। ଦହି ଓ ଚିନି ଶରୀରକୁ ସତେଜ ରଖିଥାଏ। ଦହିରେ ପ୍ରୋଟିନ୍‌ ଅଧିକ ମାତ୍ରାରେ ରହିଥାଏ। ଏହା ସହିତ ଦହିରେ କ୍ୟାଲସିୟମ, ରିବୋଫ୍ଲାବିନ୍‌, ଭିଟାମିନ ବି-୬ ଏବଂ ଭିଟାମିନ ବି-୧୨ ଆଦି ପୋଷକ ତତ୍ତ ୍ବରହିଥାଏ। ଯାହା ଶାରୀରିକ ଶକ୍ତି ବଢାଇଥାଏ। ଦହି ଚିନି ମିଶ୍ରଣ ଶରୀରକୁ ଗ୍ଲୁକୋଜ ଦେଇଥାଏ। ଏହାଯୋଗୁ ଶରୀରରେ ଫୁର୍ତ୍ତି ଆସିିଥାଏ। ଏହି କାରଣରୁ କିଛି ଶୁଭ କାମକୁ ଯିବା ପୂର୍ବରୁ ଦହି ଓ ଚିନିକୁ ଖାଇବା ପରମ୍ପରା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri