ଦାଉଦ ଇବ୍ରାହିମ୍‌ଙ୍କ ମୃତ୍ୟୁ ନେଇ ଚର୍ଚ୍ଚା ଜାରି

ନୂଆଦିଲ୍ଲୀ, ୬।୬: ଅଣ୍ଡର ଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ୍‌ଙ୍କ ମୃତ୍ୟୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜୋର୍‌ ଧରିଛି। କରୋନା ସଂକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା କେତେକ କହୁଛନ୍ତି। ଶୁକ୍ରବାର ଖବର ମିଳିଥିଲା ଯେ, ଦାଉଦ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସା ଲାଗି ପାକିସ୍ତାନର କରାଚିରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସୁରକ୍ଷାକର୍ମୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା କୁହାଯାଇଥିଲା। ତେବେ ଏହାକୁ ଦାଉଦଙ୍କ ଭାଇ ଅନିସ୍‌ ଇବ୍ରାହିମ୍‌ ମିଥ୍ୟା ବୋଲି କହିଥିଲେ। ସେ ସୁସ୍ଥ ଥିବା ଅନିସ୍‌ କହିଛନ୍ତି। ସୂଚନାଯୋଗ୍ୟ, ୧୯୯୩ ମୁମ୍ବାଇ ବୋମା ବିସ୍ଫୋରଣର ମାଷ୍ଟର ମାଇଣ୍ଡ୍‌ କୁହାଯାଉଥିବା ଦାଉଦ ପାକିସ୍ତାନ ସୈନ୍ୟବାହିନୀର ଶରଣ ନେଇ ଇସଲାମାବାଦ୍‌ରେ ବାସ କରୁଥିବା କୁହାଯାଉଛି। ଏହି ବିସ୍ଫୋରଣରେ ୧୩ଟି ବୋମା ଫୁଟିଥିବାବେଳେ ୩୫୦ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ୧୨୦୦ରୁ ଅଧିକ ଆହତ ହୋଇଥିଲେ। ପରେ ୨୦୦୩ରେ ଆମେରିକା ସହିତ ମିଶି ଭାରତ ସରକାର ଦାଉଦଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?