ଦାଉଦ୍‌ର ଅପରାଧ ସାମ୍ରାଜ୍ୟ ଏବେ ଆତଙ୍କବାଦୀ ନେଟଓ୍ବର୍କ : ଜାତିସଂଘରେ ଆଶଙ୍କା ବ୍ୟକ୍ତ କଲା ଭାରତ

ଜାତିସଂଘ,୧୧ା୭(ପି.ଟି.): ପାକିସ୍ତାନରେ ରହୁଥିବା ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ର ଅପରାଧ ସାମ୍ରାଜ୍ୟ ଏବେ ଆତଙ୍କବାଦୀ ନେଟଓ୍ବର୍କରେ ପରିଣତ ହୋଇଛି। ଡି-କମ୍ପାନୀ, ଜୈଶ-ଇ-ମହମ୍ମଦ(ଜେଇଏମ୍‌) ଏବଂ ଲଶ୍କର-ଇ-ତୋଇବା ଭାରତ ପାଇଁ ପ୍ରକୃତ ବିପଦ ବୋଲି ନୂଆଦିଲ୍ଲୀ ଜାତିସଂଘ ସୁରକ୍ଷା ପରିଷଦ(ୟୁଏନ୍‌ଏସ୍‌ସି)ରେ ଅଭିଯୋଗ କରିଛି। ଦାଉଦ୍‌ର ଅପରାଧ ସାମ୍ରାଜ୍ୟ ଉପରେ ନଜର ରଖିବା ଲାଗି ଭାରତ ୟୁଏନ୍‌ଏସ୍‌ସିକୁ ଅନୁରୋଧ କରିଛି।
ପାଣ୍ଠି ଯୋଗାଡ ଲାଗି ପାକିସ୍ତାନର ଆତଙ୍କବାଦୀ ସଂଗଠନଗୁଡିକ ପ୍ରାକୃତିକ ସମ୍ପଦର ବ୍ୟବସାୟ, ମାନବ ଚାଲାଣ ଭଳି ଲାଭପ୍ରଦ ଅପରାଧ କାର୍ଯ୍ୟକଳାପରେ ସଂଶ୍ଳିଷ୍ଟ ହେଉଛନ୍ତି ବୋଲି ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ସୟେଦ ଆକବରୁଦ୍ଦିନ କହିଛନ୍ତି। ସେ କହିଛନ୍ତି ଅପରାଧ ସଂଗଠନଗୁଡିକ ଆତଙ୍କବାଦୀଙ୍କ ସହ ହାତମିଳାଇ ସେମାନଙ୍କୁ ଜାଲିଆତି, ବେଆଇନ ପାଣ୍ଠି ଯୋଗାଣ, ଅସ୍ତ୍ରଶସ୍ତ୍ର ବ୍ୟବସାୟ, ନିଶାଦ୍ରବ୍ୟ ଚୋରାଚାଲାଣ ଏବଂ ସୀମାପାର ଚୋରାବେପାରରେ ସହାୟତା କରୁଛନ୍ତି ବୋଲି ‘ଅନ୍ତର୍ଜାତୀୟ ଶାନ୍ତି ଓ ସୁରକ୍ଷା ପ୍ରତି ବିପଦ: ଅନ୍ତର୍ଜାତୀୟ ଆତଙ୍କବାଦ ଓ ସଂଗଠିତ ଅପରାଧ ମଧ୍ୟରେ ସମ୍ପର୍କ’ ଶୀର୍ଷକ ଆଲୋଚନାରେ ଭାଗନେଇ ଆକବରୁଦ୍ଦିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri