ଦାଉସାଧିଲା ବ୍ରଜପାତ: ପୋଡ଼ିଗଲା ଟ୍ରାନ୍ସଫର୍ମର, ଅସହ୍ୟ ଗରମରେ ଉପଭୋକ୍ତା

ବନ୍ତ,୧୨ା୪(ଡି.ଏନ୍‌.ଏ): କରୋନା ଲକ୍‌ଡାଉନ୍‌ ଓ ଗ୍ରୀଷ୍ମ ପ୍ରବାହ ବେଳେ ବଜ୍ରପାତ ସାଧାରଣ ଲୋକଙ୍କ ପାଇଁ ଦାଉସାଧିଛି। ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ପୋଡ଼ି ଯିବାରୁ ପ୍ରାୟ ୬୦ରୁ ଊର୍ଦ୍ଧ୍ୱ ଉପଭୋକ୍ତା ଅନ୍ଧାର, ଅସହ୍ୟ ଗରମରେ ହନ୍ତସନ୍ତ ହେଉଛନ୍ତି। ଏଥିସହ ବିଭିନ୍ନ ବିଦ୍ୟାଳୟ ଓ ସାମୟିକ ସ୍ବାସ୍ଥ୍ୟ ଶିବିର ମଧ୍ୟ ଏହି ସମସ୍ୟାରୁ ବାଦ୍‌ ପଡ଼ିନାହିଁ। ଶନିବାର ଅପରାହ୍ନରେ ବଜ୍ରପାତ ଯୋଗୁ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ବଜାରରେ ଥିବା ୨୫କେ.ଭି ଏବଂ ଷେଣ୍ଢତୀରା ପଞ୍ଚାୟତ ପରମାନନ୍ଦପୁର ଗ୍ରାମରେ ଥିବା ୧୬କେ.ଭି ଟାନ୍ସଫର୍ମର ପୋଡ଼ିଯାଇଛି। ବର୍ତ୍ତମାନ ଲକ୍‌ଡାଉନ୍‌ ପରିସ୍ଥିତିରେ ନିଳୋକ ହାଇସ୍କୁଲଠାରେ ଖୋଲା ଯାଇଥିବା ସାମୟିକ ସ୍ବାସ୍ଥ୍ୟ ଶିବିର ୨ଦିନ ଧରି ଅନ୍ଧାରରେ ରହିଛି। ସେହିପରି ଉପରୋକ୍ତ ଟ୍ରାନ୍ସଫର୍ମର ୨ଟିରେ ଥିବା ଉପଭୋକ୍ତାମାନେ ଅନ୍ଧାର ସହିତ ଅସହ୍ୟ ଗରମରେ ହନ୍ତସନ୍ତ ହେଉଛନ୍ତି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ବିହିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri