ଦାଦନ ଦୁଃଖ: ମା’ଙ୍କ ଶେଷ ଦର୍ଶନ କରିପାରିଲେନି ଝିଅ

ବରଗଡ଼ ଅଫିସ୍‌,୨୪।୪: ଲକ୍‌ ଡାଉନ କଟକଣା ଲାଗୁ ହେବା ପରେ ଦାଦନ ଦୁଃଖ ବଢ଼ି ଯାଇଛି। ଜିଲା ତଥା ରାଜ୍ୟ ବାହାର ଶ୍ରମିକଙ୍କୁ ଦାଦନ ଖଟିବାକୁ ଯାଇଥିବା ଶ୍ରମିକମାନେ ଦୋ ଛକିରେ ପଡ଼ିଯାଇଛନ୍ତି। ସେମାନେ ନିଜ ଘରକୁ ଫେରିପାରୁ ନ ଥିବାବେଳେ ଯେଉଁଠାରେ ଅଛନ୍ତି, ସେଠାରେ ମଧ୍ୟ ଭଲ ଭାବେ ଖାଇବାକୁ ମୁଠାଏ ପାଉ ନାହାନ୍ତି। କେବଳ ସେତିକି ନୁହେଁ, ନିଜ ଆତ୍ମୀୟଙ୍କ ମୃତ୍ୟୁ ପରେ ସେମାନେ ମୃତକଙ୍କ ଶେଷ ଦର୍ଶନ କରିବାରୁ ମଧ୍ୟ ବଞ୍ଚିତ ହୋଇଛନ୍ତି। ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁର ଏକ ପରିବାର କ୍ଷେତ୍ରରେ ଏଭଳି ଅଭାବନୀୟ ପରିସ୍ଥିତି ଉପୁଜିଛି ।
ସୂଚନା ଅନୁଯାୟୀ, ଗତ କିଛି ମାସ ତଳେ ଛେତଗାଁ ଗ୍ରାମର ଭୂମିସୁତା ବରିହା ସ୍ବାମୀ ଅଙ୍ଗଦ ଏବଂ ୩ ଶିଶୁ ସନ୍ତାନଙ୍କୁ ଧରି ଉତ୍ତର ପ୍ରଦେଶ ରାଜ୍ୟ ଆମ୍ବେଦକର ନଗର ଜିଲା ଆହ୍ଲାପୁର ଥାନା ଅସ୍ତି ଅଞ୍ଚଳର ଏକ ଇଟାଭାଟିରେ ନିୟୋଜିତ ଅଛନ୍ତି। ଅନ୍ୟପଟେ ଗତ ୨୨ତାରିଖରେ ନିଜ ଘରେ ଭୂମିସୁତାଙ୍କ ମା’ ନାନୁମତୀଙ୍କ ଦେହାନ୍ତ ହୋଇଛି । ଏହି ଖବର ଭୂମିସୁତା ପାଇଥିଲେ ମଧ୍ୟ ଲକ୍‌ ଡାଉନ୍‌ ଯୋଗୁ ସେ ଘରକୁ ଫେରି ପାରି ନ ଥିଲେ ଏବଂ ମା’ଙ୍କ ଶେଷ ଦର୍ଶନରୁ ବଞ୍ଚିତ ହୋଇଥିଲେ।
ତେବେ ଅଞ୍ଚଳର ସାମାଜିକ କର୍ମୀ ଦୀପା ବାରିକ ଏହି ଖବର ପାଇବା ପରେ ଭୂମିସୁତାଙ୍କ ପରିବାର ଲୋକେ କିଭଳି ନିଜ ଘରକୁ ଫେରିବେ ଏବଂ ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେଇ ପାରିବେ, ସେ ନେଇ ପ୍ରୟାସ ଆରମ୍ଭ କରିଛନ୍ତି । ଏ ନେଇ ଦୀପା ଉତ୍ତର ପ୍ରଦେଶ ସରକାର ତଥା ସେଠାକାର ପ୍ରଶାସନକୁ ଟୁଇଟ୍‌ କରି ସେହି ପରିବାର ଲୋକଙ୍କୁ ଘରକୁ ଫେରିବାରେ ସହଯୋଗ କରିବାକୁ ନିବେଦନ କରିଛନ୍ତି । ଦୀପାଙ୍କ ଏଭଳି ଉଦ୍ୟମକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri