ଦାଦନ ଯାଇ ବାପ୍‌ ଆରପାରେ: ୭ ବଛର ହେଲା ରୋଗ୍‌ରେ ଖଟେ ପଡ଼ିଛନ୍‌ ଝି’ ସୁନିଆ

ପର୍ଲା, ୩୦ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବହେରା ଗଁାର ସ୍ବର୍ଗତ ପଦମନ ସୋରିକଁର ଝି’ ସୁନିଆ(୨୧)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ଆକ୍‌ରଁାତ ହେଇ ଅନେକ ଦିନ୍‌ ହେଲା ଖଟେ ପଡ଼ି ରହିଛନ୍‌। ଇଆଡ଼େ ବିଧବା ମା’ ପରହର କାମ୍‌ କଲେ ଯାଇ ଘରର ଚୁଲି ଜଲୁଛେ। ଏନ୍‌ତାଥି ସେ ଝି’ର ଉଚ ଚିକିଛା କଥା ଚିନ୍‌ତା ବି କରି ନାଇଁପାରବାର।
ସୂଚନା ଅନ୍‌ସାରେ ବହେରା ଗଁାର ବିଧବା ମହିଲା ପ୍ରମିଳା ସୋରି। ଆପ୍‌ନେ ପଦମନ ସୋରି ଝି’ର ଉଚ ଚିକିଛା ଲାଗି ଟଁକା ପଏସା ଠୁଲାବାକେ ୨ ବଛର ତଲେ ଦାଦନ ଯାଇ ଆରପାରକେ ଚାଲିଗଲେ। ଏହେଦେ ତାକର ପରିବାର କହେଲେ ଝି’ ସୁନିଆ ଆର ୨ ପୁଓ। ପରିବାରଟା ନିହାତି ଗରିବ୍‌, ଘରଡ଼ିହ ଖଁଡ଼େକେ ଛାଡ଼ିଦେଲେ ସଁପତି ବଲି କିଛି ନାଇଁ। ଇଆଡ଼େ ପ୍ରମିଳା ପରହର କାମ୍‌ କଲେଯାଇ ଘରର ଚୁଲି ଜଲୁଛେ। ଏନ୍‌ତାଥି ଝି’ ଗଲା ୭ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ଖଟେ ପଡ଼ି ରହିଛନ୍‌। ନିସାହା ବିଧବା ପ୍ରମିଳା ଧାର ଉଧାର କରି ଅନେକ ଥର ଧର୍ମଗଡ଼ ସମେତ ଆସର ପାସର ଡାକ୍‌ତରଖାନାରେ ଝି’ର ଚିକିଛା କରେଇ ନିରାଶ ହେଇଛନ୍‌। ସୁନିଆକେ ଉଚ ଚିକିଛା ଦରକାର ବଲି ଡାକ୍‌ତର ସବୁବେଲେ ପରାମଶ୍‌ ଦେଉଛନ୍‌। ହେଲେ ପ୍ରମିଳା ଯାହା ରୁଜ୍‌ଗାର କରୁଛନ୍‌ ସେଟା ପରିବାରର ପେଟ୍‌କେ ହେଲେ ଦିହିକେ ନାଇଁ। ଅଭାବ ଅନାଟନ ଲାଗି ଅନେକ ସମିଆରେ ସେ ଝି’ର ଉଷୋକଷା ବି ଘିନି ନାଇଁପାରୁଥିବାର କହିଛନ୍‌। ଇଆଡ଼େ ଚିକିଛା ଅଭାବୁ ଦିନୁଦିନ୍‌କେ ସୁନିଆର ଦିହିପା ବିଗିଡ଼ତେଲ ଯାଉଛେ। ଏହେଦେ ରୋଗ୍‌ ପରଭାବରେ ସୁନିଆର ହାତ୍‌ଗୋଡ଼, ପେଟ ଫୁଲିଯାଇଛେ। ସେ ସବୁବେଲେ ଖଟେ ପଡ଼ିରହିଛନ୍‌ ଆର ଛଟ୍‌ପଟ ହେଉଛନ୍‌। ଏନ୍‌ତାଥି ଉପେ ଶୂଇନ୍‌ ପ୍ରମିଳା ଝି’ର ଚିକିଛା ସାହାଯ୍‌ ଲାଗି ଗଣମାଧ୍ୟମ ଜରିଆରେ ଜିଲା ପରଶାସନକେ ଗୁହାରି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri