ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ

କଳିଙ୍ଗନଗର,୧୭।୧୦(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଡାକ୍ତରଖାନା ପାଲଟିଥିବା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶିଳ୍ପାଞ୍ଚଳରେ ଥିବା ୧୦ କାରଖାନାରେ ନିୟୋଜିତ ପ୍ରାୟ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଏହି ଡାକ୍ତରଖାନା ଉପରେ ନିର୍ଭର କରିନ୍ତି। ଏହା ବ୍ୟତୀତ ସୁକିନ୍ଦା ଖଣି ଅଞ୍ଚଳ, ଦୈତାରୀ, ଟମକା ସମେତ ପାର୍ଶ୍ୱବର୍ତ୍ତୀ ଧର୍ମଶାଳା ଓ କେନ୍ଦୁଝର ଜିଲାରୁ ଦୈନନ୍ଦିନ ବହୁ ରୋଗୀ ଏଠାକୁ ଆସିଥାନ୍ତି। ଅପରପକ୍ଷେ କାରଖାନା ଏବଂ ଟ୍ରାଫିକ ଦୁର୍ଘଟଣାରେ ଗୁରୁତର ରୋଗୀ, ସ୍ତ୍ରୀ ଓ ପ୍ରସୂତି ଏବଂ ମୃତଦେହ ବ୍ୟବଚ୍ଛେଦ ପାଇଁ ଆସୁଥିବାରୁ ଡାକ୍ତରଖାନାରେ ଭିଡ ରହୁଛି। କିନ୍ତୁ ଗତ ଦୁଇ ବର୍ଷ ହେବ ଏହି ଡାକ୍ତରଖାନାକୁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ଏଠାରେ ଖାଲି ପଡିଥିବା ଡାକ୍ତର ପଦବୀ ବର୍ତ୍ତମାନ ପର୍ଯ୍ୟନ୍ତ ପୂରଣ ହୋଇପାରୁନାହଁି। ଏ ନେଇ ବାରମ୍ବାର ସ୍ଥାନୀୟ ବିଧାୟକ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଲିଖିତ ଦାବି କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ହୋଇପାରି ନାହଁି। ଫଳରେ ରୋଗୀ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଦୀର୍ଘଦିନ ଧରି ଏଠାରେ ଭେଷଜ ବିଭାଗ, ଅସ୍ତିଶଲ୍ୟ ବିଭାଗ, ଶିଶୁରୋଗ ବିଭାଗ ପଦବୀ ଖାଲିପଡିଛି। ସେପ୍ଟେମ୍ବରରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞଙ୍କର ବଦଳି ପରେ ବର୍ତ୍ତମାନ ୩ରୁ ୪ ଜଣ ଠିକା ଡାକ୍ତର ଡାକ୍ତରଖାନାକୁ ଆସୁଛନ୍ତି। ହେଲେ ସେମାନେ ଅଧିକାଂଶ ଦିନରେ ଅନୁପସ୍ଥିତ ରହୁଥିବା ଅଭିଯୋଗ ହୋଇଛି। ଏହାର ସମାଧାନ ପାଇଁ ଦାନଗଦୀ ପଞ୍ଚାୟତ ସମିତି ବୈଠକରେ ଜ ପ୍ରତିନିଧିଙ୍କ ତରଫରୁ ଯାଜପୁର ଏମ୍‌ପି ଓ ସୁକିନ୍ଦା ବିଧାୟକଙ୍କ ନିକଟରେ ଦାବି କରାଯାଇଛି । ହେଲେ କୌଣସି ପଦକ୍ଷେପ ନିଆଯାଇ ନାହଁି। ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ନ ରହିବା ଫଳରେ ଡାକ୍ତର ଖାନାକୁ ଅସୁଥିବା ପ୍ରସୂତି ଚିକିତ୍ସା ପାଇ ନ ପାରି ଦଲାଲଙ୍କ ସହାୟତାରେ ଘରୋଇ ନର୍ସିଂହୋମକୁ ଯାଉଛନ୍ତି। ସେଠାରେ ବହୁ ଖର୍ଚ୍ଚାନ୍ତ ହେଉଥିବା ଜଣାପଡିଛି। ସରକାରଙ୍କ ପକ୍ଷରୁ ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡରେ ( ଡିଏମ୍‌ଏଫ୍‌) ଡାକ୍ତର ଯୋଗଇଦେବାର ବ୍ୟବସ୍ଥା ଥିଲେ ମଧ୍ୟ ଦାନଗଦୀ ଡାକ୍ତରଖାନାରେ ବ୍ୟତିକ୍ରମ ଦେଖାଦେଉଛି। ତୁରନ୍ତ ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ନ ଦେଲେ ଆଗାମୀ ଦିନରେ ଆନ୍ଦୋଳନ ନେଇ ସ୍ଥାନୀୟ ବାସିନ୍ଦା ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ସିଡିଏମ୍‌ଓ ଅରୁଣ କୁମାର ପାତ୍ରଙ୍କୁ ପଚାରିବାରୁ, ଖାଲି ପଡିଥିବା ପଦବୀଗୁଡିକୁ ପୁରଣ କରାଯିବା ନେଇ ପ୍ରଚେଷ୍ଟା ଜାରି ରହିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri