ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ନେସ୍କୋ ଶକ୍ତି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ବୈଠକ ସଂଘ କାର୍ଯ୍ୟାଳୟରେ ରବିବାର ହରିଶ୍‌ ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫ଟି ଜିଲାର କର୍ମକର୍ତ୍ତା ଯୋଗଦେଇ ସାଙ୍ଗଠନିକ ସ୍ଥିତି ଓ ସଂଘର ବିଭିନ୍ନ ଦାବି ନେଇ ଆଲୋଚନା କରିଥିଲେ। ରାଜ୍ୟ ସରକାର ଓ ଶକ୍ତି ବିଭାଗ କର୍ମଚାରୀଙ୍କ ସମସ୍ୟାର ପ୍ରତିକାର କ୍ଷେତ୍ରରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ ସଂଘ ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଥିଲା। ଆଗାମୀ ଦିନରେ ଏନେଇ ଏକ ବଡ଼ଧରଣର ଆନ୍ଦୋଳନ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା।
ନେସ୍କୋ ଶକ୍ତି କର୍ମଚାରୀ ସଂଘର ସ୍ଥାୟୀ ସଭାପତି ତଥା ପୂର୍ବତନ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ ଯୋଗଦେଇ ଶ୍ରମିକମାନଙ୍କ ନ୍ୟାୟୋଚିତ ଦାବି ପୂରଣ ଦିଗରେ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ମୌଳିକ ଅଧିକାର ପ୍ରଦାନ ଲାଗି ଏକ ବର୍ଷ ଧରି ସଂଘ କର୍ମକର୍ତ୍ତା ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ବହୁବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଏବଂ ଜଣେ ଅଧିକାରୀ ସଂଘ ପ୍ରତି ବୈମାତୃକ ମନୋଭାବ ପ୍ରକଟ କରୁଥିବା ସମ୍ପାଦକ ନିରଞ୍ଜନ ପତିଆରୀ ଅଭିଯୋଗ କରିଥିଲେ। ବଟକୃଷ୍ଣ ଜେନା, ମହେଶ୍ୱର ପ୍ରଧାନ, ପ୍ରଦୀପ ଦାସ, ନିଗମାନନ୍ଦ ଗିରି, ଶୁଭେନ୍ଦୁ ବେହେରା, ଭାଗୀରଥି ବେହେରା, ଗୋପାଳ ଚନ୍ଦ୍ର ମାଲକାରା, ଶିବ ନାରାୟଣ ଗିରି, ଅରବିନ୍ଦ ବୋଷ, କାହ୍ନୁଚରଣ ପ୍ରଧାନ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri