‘ଦାବି ପୂରଣ ନ ହେଲେ ବସ୍‌ ଚଳାଚଳରେ ସହଯୋଗ କରିବୁନି’

ରତ୍ନଗିରି, ୩୧।୫ (ଡି.ଏନ୍‌.ଏ.) -କରୋନା ପାଇଁ ଲକ୍‌ଡାଉନ୍‌ ଯୋଗୁ ଦୁଇ ମାସ ଧରି ବସ୍‌ ଚଳାଚଳ ବନ୍ଦ ରହିଥିଲା। ମାତ୍ର ଜୁନ୍‌ ୧ରୁ ବସ୍‌ ଚଳାଚଳ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ହେଲେ ଦାବି ପୂରଣ ନ ହେଲା ଯାଏ ବସ୍‌ ଚଳାଚଳରେ ସହଯୋଗ କରିବୁ ନାହିଁ ବୋଲି କହିଛି ବରୀ ବସ୍‌ ଚାଳକ ସଂଘ। ଏ ନେଇ ସଂଘ ପକ୍ଷରୁ ରବିବାର ମୁଖ୍ୟମନ୍ତ୍ରୀ, ପରିବହନ ମନ୍ତ୍ରୀ ଓ ଯାଜପୁର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବରୀ ତହସିଲଦାରଙ୍କୁ ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ରବିବାର ବରୀ କୃପାସିନ୍ଧୁ ବିଦ୍ୟାଭବନ ଖେଳ ପଡିଆଠାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ହେଲ୍‌ପରମାନଙ୍କ ଏକ ବୈଠକ ବସିଥିଲା। ଆଲୋଚନା ଅନୁଯାୟୀ ସଂଘ ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ବସ୍‌ରେ ଯାତ୍ରା କରିବା ସମୟରେ ଡ୍ରାଇଭର, କଣ୍ଡକ୍ଟର ଓ ହେଲପରମାନେ କରୋନା ସଂକ୍ରମିତ ହେବାର ଅଧିକ ଆଶଙ୍କା ରହିଛି। ତେଣୁ ସମସ୍ତ ଡ୍ରାଇଭର, କଣ୍ଡକ୍ଟର ଓ ହେଲପରଙ୍କ ବୀମା କରାଯିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି ବୋଲି ବସ୍‌ ଚାଳକ ସଂଘ ସଭାପତି ପ୍ରଣବ କୁମାର ଦାସ, ଉପସଭାପତି ଅମର ଚରଣ ଜେନା, ସମ୍ପାଦକ ରମାକାନ୍ତ ବେହେରା, ସହ ସମ୍ପାଦକ ଅମର ପଣ୍ଡା ଓ ଉପାଧ୍ୟକ୍ଷ ଶୁଭକାନ୍ତ ବାରିକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri