ଦାବି ପୂରଣ ପାଇଁ ଖବରଦାତାଙ୍କ ପ୍ରତୀକ ଧାରଣା

ଦଶପଲ୍ଲା,୩ା୮(ଡି.ଏନ.ଏ.): ଦଶପଲ୍ଲା ଥାନା ସମ୍ମୁଖରେ ଖବରଦାତା କ୍ରିୟାନୁଷ୍ଠାନ କମିଟି ତରଫରୁ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଶୁକ୍ରବାର ଆରମ୍ଭ ହୋଇଛି। ଜୁନ୍‌ ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ ସେମାନେ ନିଜର ଦାବି ପୂରଣ ପାଇଁ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ତେବେ ୫ମ ଦିବସରେ ନୟାଗଡ଼ ଅତିରିକ୍ତ ଏସ୍‌ପି ଧାରଣାକାରୀଙ୍କ ସହିତ ଆଲୋଚନା କରି ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ପ୍ରତିଶ୍ରୁତି ଦେବାରୁ ଧାରଣା ସ୍ଥଗିତ ହୋଇଥିଲା। ଦୀର୍ଘ ୧୫ ଦିନ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ପୁଣି ଥାନା ସମ୍ମୁଖରେ ପ୍ରତୀକ ଧାରଣା ଆରମ୍ଭ ହୋଇଛି। ପ୍ରକାଶଯୋଗ୍ୟ, ଟାକେରା ସରକାରୀ ହାଇସ୍କୁଲକୁ ଖବର ସଂଗ୍ରହ କରିବାକୁ ଯାଇଥିବାବେଳେ ୩ ଖବରଦାତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ହୋଇଥିଲା। ଏହାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି କମିଟି ତରଫରୁ ଜିଲା ପ୍ରଶାସନକୁ ଅବଗତ କରାଯାଇଥିଲା। ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ପ୍ରଶାସନକୁ ଅବଗତ କରାଯାଇ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଦିଆଯାଇଛି। ଦଶପଲ୍ଲା ତହସିଲଦାର ପ୍ରମୋଦ କୁମାର ଦଳବେହେରା ପହଞ୍ଚତ୍ ଧାରଣାକାରୀଙ୍କ ସହିତ ଆଲୋଚନା କରିଥିଲେ ମଧ୍ୟ ସମାଧାନର ସୂତ୍ର ମିଳି ନ ଥିଲା। ତେଣୁ ଦାବି ପୂରଣ ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ଧାରଣାକାରୀମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri