ଦାବିପତ୍ର ଦେଲେ ଡାକ୍ତର, କର୍ମଚାରୀ

ତାଳଚେର,୧୫ା୮(ନି.ପ୍ର.) ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତର ଓ ନର୍ସଙ୍କୁ ମାଡ଼ ମାରିଥିବା ଅଭିଯୁକ୍ତଙ୍କୁ ଗିରଫ କରାଯିବା, ଡାକ୍ତରଖାନା ପରିସରରେ ପୋଲିସ ଆଉଟପୋଷ୍ଟ ଖୋଲାଯିବା ଦାବିରେ ବୁଧବାର ତାଳଚେର ଉପଖଣ୍ଡ ଡାକ୍ତରଖାନାର ଡାକ୍ତର ଓ କର୍ମଚାରୀମାନେ ଉପଜିଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଦାବିପତ୍ରରେ ଦର୍ଶାଯାଇଛି ଯେ, ଗତ ୫ ତାରିଖ ମଧ୍ୟରାତ୍ରିରେ ତାଳଚେର ବ୍ଲକ ସନ୍ଥପଡା ଗ୍ରାମର ସୂର୍ଯ୍ୟକାନ୍ତ ଦେହୁରୀ ଜଣେ ଡାକ୍ତର ଏବଂ ନର୍ସଙ୍କୁ ମାଡ ମାରିବା ସହ ଅଶାଳୀନ ବ୍ୟବହାର କରିଥଲେ। ଏ ସମ୍ପର୍କରେ ଡାକ୍ତର ଶଙ୍କର ଗାହାଣଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୧୯୧/୧୯ରେ ଏକ ମାମଲା ରୁଜୁ କରିଥିଲେ ବି ଏଯାଏ ଅଭିଯୁକ୍ତଙ୍କୁ ଗିରଫ କରିପାରି ନାହିଁ। ଫଳରେ ଡାକ୍ତର ଓ କର୍ମଚାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହାର ପ୍ରତିବାଦରେ ଗତ ୧୦ ତାରିଖ ଠାରୁ ଡାକ୍ତର ଓ କର୍ମଚାରୀମାନେ କଳାବ୍ୟାଜ ପରିଧାନ କରି ଡ୍ୟୁଟି କରୁଛନ୍ତି। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ଆଗାମୀ ୧୬ ତାରିଖ ଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri