ଦାମୋଦରପୁରବାସୀଙ୍କ ରାଜପଥ ଅବରୋଧ

ଗଞ୍ଜାମ,୧୮ା୭(ଡି.ଏନ.ଏ.)- ଗଞ୍ଜାମ ଏନଏସି ଦାମୋଦରପୁର ଗ୍ରାମ ୧୧ନଂ. ଓ୍ବାର୍ଡରେ ଦୀର୍ଘଦିନ ଧରି ପାନୀୟ ଜଳ ସମସ୍ୟା ଲାଗିଛି। ବାରମ୍ବାର ସମସ୍ୟା ନେଇ ଅବଗତ କଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନି। ଏହା ପ୍ରତିବାଦରେ ଗ୍ରାମର ଶତାଧିକ ମହିଳା, ପୁରୁଷ ଗୁରୁବାର ୧୬ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଶତାଧିକ ଗାଡି ମୋଟର ପ୍ରାୟ ଏକ ଘଣ୍ଟା ଧରି ଅଟକି ରହିଥିଲା। ଗଞ୍ଜାମ ଥାନାଧିକାରୀ ସୁଦାମ ମଲିକ, ଏଏସଆଇ ଶକୁନ୍ତଳା ଦେବୀ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଇବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ପରେ ପୂର୍ବତନ ଏମପି ପ୍ରତିନିଧି ସୁଧୀର କୁମାର ପାଢ଼ୀ, ଥାନା ଆଇଆଇସି ଓ ଗ୍ରାମବାସୀଙ୍କ ମଧ୍ୟରେ ଏ ନେଇ ଆଲୋଚନା ହୋଇଥିଲା। ଅପରାହ୍ନରେ ଜନସ୍ବାସ୍ଥ୍ୟ ବିଭାଗୀୟ ଅଧିକାରୀଙ୍କ ସହ କଥାବାର୍ତ୍ତା କରାଯାଇ ସମସ୍ୟାର ସ୍ଥାୟୀ ସମାଧାନ କରାଯିବ ବୋଲି ପୋଲିସ ପ୍ରତିଶ୍ରୁତି ଦେବାରୁ ରାସ୍ତାରୋକ ହଟିଥିଲା। ଅପରାହ୍ନରେ ଏସ୍‌ଡିଓ ଦାୟିତ୍ୱରେ ଥିବା ରମେଶ ଚନ୍ଦ୍ର ପଟ୍ଟନାୟକ, ପିଏଚ୍‌ଡି କନିଷ୍ଠ ଯନ୍ତ୍ରୀ ଆଶିଶ କୁମାର ବରାଳ, ସାଉଥ୍‌କୋ କନିଷ୍ଠ ଯନ୍ତ୍ରୀ, ଗଞ୍ଜାମ ବିଦ୍ୟୁତ୍‌ ସେକ୍ସନ ସୁପରଭାଇଜର, ଆଇଆଇସି ପ୍ରମୁଖ ପହଞ୍ଚତ୍ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି। ପରୀକ୍ଷାମୂଳକ ଭାବେ ୩ଦିନ ଗ୍ରାମକୁ ପାଣି ଛଡାଯିବ ପରେ ଏହାରସ୍ଥାୟୀ ସମାଧାନ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri