ଦାରିଙ୍ଗବାଡ଼ିରେ କରୋନା ସନ୍ଦିଗ୍ଧ

ଦାରିଙ୍ଗବାଡ଼ି,୧୩।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଣେ କରୋନା ଆକ୍ରାନ୍ତ ଥିବା ସନ୍ଦେହ କରାଯାଇଛି। ସନ୍ଦିଗ୍ଧ ରୋଗୀଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଉକ୍ତ ବ୍ଲକର ହଜାର ହଜାର ସଂଖ୍ୟକ ଲୋକ କେରଳ ସହ ତାମିଲନାଡୁ ଏବଂ ଅନ୍ୟ ସହରରେ କାମ କରି ପରିବାର ପ୍ରତିପୋଷଣ କରୁଛନ୍ତି। କରୋନା ଭୟରେ ତାମିଲନାଡୁରୁ ନିଜ ଘରକୁ ଫେରିଥିବା ଜଣେ ସନ୍ଦିଗ୍ଧ ଯୁବତୀ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ପ୍ରଥମେ ଡାକ୍ତର ତାଙ୍କୁ କରୋନା ଆକ୍ରାନ୍ତ ହୋଇଥିବା ସନ୍ଦେହ ପ୍ରକାଶ କରିଥିଲେ। ପରେ ତାଙ୍କୁ ଘରକୁ ଯିବାକୁ ପରାମର୍ଶ ଦେଇଥିଲେ। ଯୁବତୀ ଜଣଙ୍କୁ କରୋନା ଭୟ ରହିଥିବା କହୁଥିବା ବେଳେ ଚିକିତ୍ସା କରୁଥିବା ଡାକ୍ତର ତାଙ୍କ ଦେହରେ କରୋନା ଭାଇରସ୍‌ ନ ଥିବା କହିଛନ୍ତି। ଘଟଣାକୁ ନେଇ ଦାରିଙ୍ଗବାଡ଼ି ଅଞ୍ଚଳରେ କରୋନା ଆକ୍ରାନ୍ତ ହୋଇଥିବା ଆଲୋଚନା ହେଉଛି। ଚିକିତ୍ସା କରୁଥିବା ଡାକ୍ତର ବଂଶୀଧର ପାତ୍ର ଏବଂ ଡାକ୍ତର ସମୀର ନାୟକ ଏଭଳି ମିଥ୍ୟା ଗୁଜବ ନ କରିବାକୁ ପରାମର୍ଶ ଦେବା ସହ କରୋନା ପାଇଁ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି। ଯୁବତୀଙ୍କ ଘର ପର୍ତ୍ତମାହା ପଞ୍ଚାୟତ ଅଞ୍ଚଳର ଏକ ଦୁର୍ଗମ ଗ୍ରାମରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri