ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୩।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ରବିବାର ଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ବଡ଼ଦିନ ପାଇଁ ଛୁଟି ଥିବାରୁ ରାଜ୍ୟ ଓ ରାଜ୍ୟ ବାହାରୁ ପର୍ଯ୍ୟଟକ ଭୋରରୁ ଦାରିଙ୍ଗବାଡ଼ିରେ ଭିଡ଼ ଜମାଇଛନ୍ତି। ପାହାନ୍ତିଆ ଶୀତର ମଜା ନେବାକୁ ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ କଫି ବଗିଚା ସମେତ ନେଚରପାର୍କ, ହିଲ୍‌ଭିୟୁ ପାର୍କ, ମିଡ଼ିୟୁବାନ୍ଦା ଜଳପ୍ରପାତ, ସାଇଲେଣ୍ଟ ଭ୍ୟାଲି, କିରିକୁଟି ପ୍ରକୃତି ଲଭର୍ସ ପଏଣ୍ଟ, ଡୁଲୁରୀ ପାଇନ ବଣ ଆଦି ସ୍ଥାନରେ ଭିଡ଼ ଜମାଇଥିଲେ। ବୁଲାବୁଲି କରିବା ସହ ବଣଭୋଜି ମଧ୍ୟ କରିଥିଲେ। ତେବେ କିଛି ପର୍ଯ୍ୟଟକ ଦାରିଙ୍ଗବାଡ଼ିର ପ୍ରକୃତିକୁ ଭଲପାଇ ପ୍ରତିବର୍ଷ ଆସୁଥିବାବେଳେ ଏହାର ବିକାଶ ହେଉ ନ ଥିବା ଦେଖି ଉଦ୍‌ବେଗ ପ୍ରକାଶ କରିଥିଲେ। ଏବେବି ଦାରିଙ୍ଗବାଡ଼ିରେ ଶୀତ ଲହରୀ ଅବ୍ୟାହତ ରହିଛି। କିନ୍ତୁ ଦିନକୁଦିନ ପାଣିପାଗରେ ପରିବର୍ତ୍ତନ ସହ ପରିବେଶ ପ୍ରଦୂଷଣ, ଜଙ୍ଗଲ କ୍ଷୟ ଯୋଗୁ ପର୍ଯ୍ୟଟକଙ୍କ ମନରେ ନିରାଶାଭାବ ଦେଖିବାକୁ ମିଳିଛି। ବିଭିନ୍ନ ପର୍ଯ୍ୟଟନକେନ୍ଦ୍ର ଗୁଡ଼ିକରେ ଗଦାଗଦା ଅଳିଆ, ପଲିଥିନ, ଖାଲି ପ୍ଲାଷ୍ଟିକ୍‌ ବୋତଲ ସହ ଅଇଁଠା ଖଲି ଦେଖି ପର୍ଯ୍ୟଟକ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ରବିବାର ମଧ୍ୟ ଦାରିଙ୍ଗବାଡ଼ିରେ ତାପମାତ୍ର ୧୦ ଡିଗ୍ରୀ ତଳେ ରହିଥିଲା। ପାହାନ୍ତିଆ ଏବଂ ସନ୍ଧ୍ୟା ସମୟରେ ଅଧିକ ଶୀତ ଅନୁଭୂତ ହେଉଛି। ବହୁ ପର୍ଯ୍ୟଟକଙ୍କ ସମାଗମ ଯୋଗୁ ଏମିତି ପରିସ୍ଥିତି ହୋଇଥିଲା ଯେ, ବଣଭୋଜି ପାଇଁ ସ୍ଥାନର ଅଭାବ ପରିଲକ୍ଷିତ ହୋଇଥିଲା। ଦାରିଙ୍ଗବାଡ଼ିରେ ରାତ୍ରିଯାପନ ପାଇଁ ବ୍ୟବସ୍ଥା ସହ ଲୋକଙ୍କ ପାଇଁ ଗୋଷ୍ଠୀ ଶୌଚାଳୟ ବ୍ୟବସ୍ଥା କରାଗଲେ ଏହି ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ପର୍ଯ୍ୟଟକଙ୍କ ମଧ୍ୟରେ ମତ ପ୍ରକାଶ ପାଇଛି। କିଛି ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସି ହଇରାଣ ହେଉଥିବା କହିଛନ୍ତି। ପର୍ଯ୍ୟଟକମାନେ କନ୍ଧମାଳ ହଳଦୀ ସମେତ କ୍ଷୁଦ୍ରଦାନା ଶସ୍ୟ ସମେତ ଏଠାରେ କୃଷିଜାତ ଦ୍ରବ୍ୟ ଅମଳ ସାମଗ୍ରୀକୁ ମଧ୍ୟ କ୍ରୟ କରି ନେଉଛନ୍ତି। ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଉଥିବା ଆଇଆଇସି କୌଶିକ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri