ଦାରିଙ୍ଗବାଡ଼ିରେ ଶୀତ ଉତ୍ସବ

ଦାରିଙ୍ଗବାଡ଼ି,୯ା୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଶୀତ ଉତ୍ସବ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଉତ୍ସବର ଆବାହକ ତଥା ଅଧ୍ୟକ୍ଷ ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀର ବିଧାୟକ ସାଲୁଗା ପ୍ରଧାନଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନ୍ୟ ଅତିଥିଙ୍କ ମଧ୍ୟରେ ମୁଖ୍ୟବକ୍ତା ଭାବେ ବୌଦ୍ଧ ଜିଲାର ଗାଳ୍ପିକ ତଥା ଶିକ୍ଷାବିତ୍‌ ଇଂ. ସଞ୍ଜୟ କୁମାର ପଣ୍ଡା, ପୂର୍ବତନ ମନ୍ତ୍ରୀ ତଥା ବଡ଼ମ୍ବା ବିଧାୟକ ଦେବୀ ମିଶ୍ର, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ଜିଲାର ବିଭିନ୍ନ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶୀତ ଉତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ, ବରିଷ୍ଠ ନାଗରିକ ରମେଶ ଚନ୍ଦ୍ର ସାହୁ, ପୂର୍ବତନ ସରପଞ୍ଚ ଜ୍ୟୋତିରାଜ ପ୍ରଧାନ, କାଳୀପ୍ରସାଦ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ସାଂସ୍କୃତିକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଭୁବନେଶ୍ବରରୁ ଆସିଥିବା କଳାକାର ପ୍ରିୟବ୍ରତ ପଣ୍ଡା, ଐଶ୍ବର୍ଯ୍ୟା ବେହେରା। ବ୍ୟଙ୍ଗକବି ରବୀନ୍ଦ୍ର ରାଉତ, ସତ୍ୟବ୍ରତ ପାଣିଗ୍ରାହି, ଟିଭି କଳାକାର ଜଗା ପଣ୍ଡା ପ୍ରମୁଖ ଦର୍ଶକଙ୍କ ମନୋରଞ୍ଜନ କରିଥିଲେ। ଏହି ଅବସରରେ ସ୍ମରଣିକା ‘ହିମକନ୍ୟା’କୁ ଅତିଥିମାନେ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri