Odisha Elections 2024

ଦାରିଙ୍ଗବାଡ଼ିରେ ଶୀତ ବଢ଼ିବା ସତ୍ତ୍ୱେ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇଛି । ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହିଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କୋହଲା ପବନ ସାଙ୍ଗକୁ ଦିନରେ ମଧ୍ୟ ଶୀତ ଅନୁଭୂତ ହେଉଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସେହିପରି ସକାଳ ୯ଟା ପର୍ଯ୍ୟନ୍ତ କୁହୁଡ଼ି ଯୋଗୁ ଗାଡ଼ିମଟର ଚଳାଚଳରେ ବାଧାସୃଷ୍ଟି ହୋଇଛି । ଶୀତର ମଜା ନେବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରର ଏକାଧିକ ସ୍ଥାନରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲ୍‌ଭିୟୁ ପାର୍କ ସମେତ ମିଡିୟୁବାନ୍ଦା ଜଳପ୍ରପାତ, କିରିକୁଟି ଲଭର୍ସପଏଣ୍ଟ, ନେଚରପାର୍କ, ଡୁଲୁରୀ ପାଇନ ବଣରେ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଶୀତ ଅନୁଭୁତ ହେଲେ ଦାରିଙ୍ଗବାଡ଼ି ଅଞ୍ଚଳରେ ତୁଷାରପାତ ହେବା ଆଶଙ୍କା କରାଯାଇଛି । ପ୍ରବଳ ଶୀତ ଯୋଗୁ ସ୍ଥାନୀୟ ଲୋକେ କାମଧନ୍ଦା ପାଇଁ ବାହାରକୁ ଯିବା କଷ୍ଟକର ହୋଇପଡୁଥିବା ବେଳେ ଗରିବ ଲୋକଙ୍କୁ କମ୍ବଳ ସହ ଶୀତବସ୍ତ୍ର ପ୍ରଦାନ ପାଇଁ ବିଭିନ୍ନ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା

ଦେବଗଡ଼,୨୬ା୫(ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର ମା’...

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌...

ଗଞ୍ଜାମର କିଆ ସମ୍ପଦ…

ଆମ ଦେଶର ଉପକୂଳବର୍ତ୍ତୀ ବିଭିନ୍ନ ଅଞ୍ଚଳରେ କିଆଗଛ ଦେଖିବାକୁ ମିଳିଥାଏ। ଓଡ଼ିଶାର ଗଞ୍ଜାମ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳରେ ସର୍ବାଧିକ କିଆ ଜଙ୍ଗଲ ରହିଥିବାବେଳେ ଏଠାରେ କିଆଚାଷ...

ନିମାପଡ଼ା ରାଜନୀତିରେ ହଟଚମଟ: ଆସନ ହାତେଇବା ପାଇଁ ୮ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ନିମାପଡ଼ା,୨୬।୫: ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ବିଜେଡି। ପୂର୍ବତନ ବିଧାୟକ ସମୀର ରଞ୍ଜନ ଦାଶ ଭାଜପାକୁ ଯିବା ପରେ ଦଳ...

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭%...

କଟକଣାକୁ ବେଖାତିର, ଭୋଟଦେବା ସମୟର ଭିଡିଓ ଭାଇରାଲ

ଖୋର୍ଦ୍ଧା,୨୬ା୫(ପ୍ରଭାତ ପାଣିଗ୍ରାହୀ): ମତଦାନ କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ ନିର୍ବାଚନ ଆୟୋଗ କଟକଣା ଜାରି କରିଥିଲେ। କୌଣସି ମତଦାତା ଯେପରି ବୁଥ୍‌ ଭିତରକୁ ମୋବାଇଲ ନେଇପାରିବେ...

ଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତର

ଦଶପଲ୍ଲା,୨୬ା୫: ନୟାଗଡ଼ ଜିଲା ଦଶପଲ୍ଲାର ବାଣୀଗୋଚ୍ଛା ଥାନା କଣପାଜୁ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସି ନ ପାରିବାରୁ ମହିଳା ଜଣକ ଘରେ...

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri