Posted inରାଜ୍ୟ

ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷାରେ ସ୍ନାନବେଦି

ପୁରୀ ଅଫିସ, ୧୭ା୬:ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ କରିବେ ପ୍ରତ୍ୟକ୍ଷ ସ୍ନାନ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରି ରହିଛି ସ୍ନାନବେଦି। ଆଉ ମହାପ୍ରଭୁଙ୍କ ହାତୀବେଶ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି। କୋହଲା ପାଗ ସତ୍ତ୍ବେ ପୁରୀକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ। ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର।
ରବିବାର ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସେନାପଟା ଲାଗି ଶେଷ ହୋଇଛି। ରତ୍ନସିଂହାସନରେ ବି ବନ୍ଧା ସରିଛି ଚାରବାଡ଼। ସୋମବାର ପ୍ରାତଃରୁ ଧାଡି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ସ୍ନାନବେଦିକୁ ବିଜେ କରିବେ। ପ୍ରଥମେ ଶ୍ରୀସୁଦର୍ଶନ, ପରେ ବଡ଼ଠାକୁର ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ସ୍ନାନବେଦିକୁ ଆସିବେ ଜଗତର ନାଥ ଶ୍ରୀଜଗନ୍ନାଥ। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ଦାରୁବିଗ୍ରହମାନେ ସ୍ନାନବେଦିରେ ପ୍ରତ୍ୟକ୍ଷ ସ୍ନାନ କରିବେ। ସୁନା ଗୋସେଇଁ ପରିବାରର ସଦସ୍ୟମାନେ ସୁନା କୂଅରୁ ୧୦୮ ଗଡୁ ଜଳଆଣି ଜଳଗୃହରେ ରଖିବେ। ଚୁଆ, ଚନ୍ଦନ, କର୍ପୂର ଆଦି ପକାଯାଇ ଜଳକୁ ଅଧିବାସ କରାଯିବ। ଅଧିବାସ ଗୃହରୁ ୧୦୮ ଗଡୁ ଜଳ ନେଇ ୪ଟି ପନ୍ତିରେ ସ୍ନାନବେଦିରେ ରଖାଯିବ। ଜଳପୂଜା ପରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହେବ। ଶ୍ରୀବଳଭଦ୍ର ୩୦ଗଡୁ, ସୁଭଦ୍ରା ୨୭ଗଡୁ, ଶ୍ରୀଜଗନ୍ନାଥ ୩୩ଗଡୁ ଏବଂ ସୁଦର୍ଶନ ୧୮ଗଡୁ ଜଳରେ ସ୍ନାନ କରିବେ। ଗଜପତି ମହାରାଜା ଛେରାପହଁରା ନୀତି ସମ୍ପନ୍ନ କରିବା ପରେ ମହାପ୍ରଭୁଙ୍କ ଦୁଲର୍‌ଲଭ ହାତୀବେଶ ଅନୁଷ୍ଠିତ ହେବ। ଏହି ବେଶ ଥାଇ ଘଣ୍ଟଛତା ସକାଳ ଧୂପ ଭୋଗ ସମ୍ପନ୍ନ ହେବ। ଏହାପରେ ସନ୍ଧ୍ୟା ସାଢେ ୭ଟାରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ହାତୀବେଶ ଥାଇ ମହାପ୍ରଭୁଙ୍କ ସାହାଣମେଲା ଦର୍ଶନ ଚାଲିବ। ସାହାଣ ମେଲା ଦର୍ଶନ ସରିବା ପରେ ପୁଷ୍ପାଞ୍ଜଳି ଓ ଡୋର ଲାଗି ହେବ। ଏହାପରେ ମହାପ୍ରଭୁ ସ୍ନାନବେଦିରୁ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିବେ। ବିଳମ୍ବିତ ରାତିରେ ଆରମ୍ଭ ହେବ ଅଣସର ନୀତି। ଜ୍ୱରରେ ପଡିବେ ମହାପ୍ରଭୁ। ଏହାପରେ ଉପଶମ ପାଇଁ ଚାଲିବ ଉପଚାର। ମହାପ୍ରଭୁ ସୁସ୍ଥ ହୋଇ ଆସନ୍ତା ୨ ତାରିଖରେ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ୪ ତାରିଖରେ ରଥରେ ବସି ଯିବେ ଜନ୍ମବେଦିକୁ।
ରବିବାରଠୁ ପୁରୀକୁ ଛୁଟିଛି ଭକ୍ତଙ୍କ ସୁଅ। ଏହିଦିନ ରତ୍ନବେଦିରେ ଥିଲା ଚର୍ତୁଦ୍ଧାବିଗ୍ରହଙ୍କ ଶେଷଦର୍ଶନ। ଘୋଷଯାତ୍ରା ବିଧି ଯୋଗୁ ପ୍ରାୟ ମାସେ ପର୍ଯ୍ୟନ୍ତ ରତ୍ନବେଦିରେ ଆଉ ଦାରୁବିଗ୍ରହଙ୍କ ଦର୍ଶନ ମିଳିବ ନାହିଁ। ତେଣୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ହୋଇଥିଲା।

ଅପରପକ୍ଷେ ସେନାପଟା ଲାଗି ଯୋଗୁ ସକାଳୁ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଥିଲା। ଅପରାହ୍ନ ସାଢ଼େ ଗୋଟାଏରୁ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ।
ଦେବସ୍ନାନ ପୂର୍ଣ୍ଣିମା ଲାଗି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ରବିବାର ପୋଲିସ ମହାନିର୍ଦ୍ଦେଶକ ପୁରୀ ଆସି ସୁରକ୍ଷା ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି। ଶୃଙ୍ଖଳିତ ଦର୍ଶନ ଲାଗି ସିଂହଦ୍ୱାର ସମ୍ମୁଖରେ ବ୍ୟାରିକେଡ ପ୍ରସ୍ତୁତ କରାଯାଇଛି। ଭକ୍ତମାନେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ଦର୍ଶନ ସାରି ଦକ୍ଷିଣ, ଉତ୍ତର ଓ ପଶ୍ଚିମ ଦ୍ୱାର ଦେଇ ବାହାରିବେ। ସ୍ନାନ ପୂର୍ଣ୍ଣିମାରେ ପହଣ୍ଡି ଦର୍ଶନ ଲାଗି ଟିକେଟ ବ୍ୟବସ୍ଥା କରାଯାଇଛି। ଟିକେଟଧାରୀମାନେ ଦକ୍ଷିଣ ଦ୍ୱାର ଦେଇ ପ୍ରବେଶ କରିବେ। ସେହିପରି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସହିତ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଏବଂ ସନ୍ଦିଗ୍ଧ ସ୍ଥଳଗୁଡିକୁ ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଦଳ ଏବଂ ପୋଲିସ ଦ୍ୱାରା ତନ୍ନତନ୍ନ କରି ଯାଞ୍ଚ ଜାରି ରହିଛି। ସହରର ୩ ପ୍ରବେଶ ପଥରେ ସଶସ୍ତ୍ର ପୋଲିସବାହିନୀ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri