ଦେବଗଡ,୧୧ା୪(ଡି.ଏନ.ଏ):ଦେବଗଡ ଥାନା ଅଧୀନ ସାନ ଶିରଡିହି ଗ୍ରାମରେ ଦିଅରର ଠେଙ୍ଗାମାଡରେ ଭାଉଜଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସ୍ବର୍ଗତ ବିଜୟ ବାଙ୍କିରାଙ୍କ ସ୍ତ୍ରୀ ଶନିବାରୀ ବାଙ୍କିରା (୫୦)। ଏ ନେଇ ଶନିବାରୀଙ୍କ ପୁଅ କଙ୍କରୁ (୨୩) ଲିଖିତ ଅଭିଯୋଗ କରିବା ପରେ ଦେବଗଡ ଥାନା ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଛି। ଶନିବାରୀଙ୍କ ଦିଅର ତଥା ଅଭିଯୁକ୍ତ ଶୁକଦେବଙ୍କୁ ଥାନାକୁ ଆଣି ପଚରା ଉଚୁରା କରୁଛି। ଅନ୍ୟପକ୍ଷରେ ମୃତଦେହ ବ୍ୟବବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୋଲିସ ସୂଚନା ଦେଇ କହିଛି ଯେ, ଶନିବାରୀ ନିଜ ୪ ସନ୍ତାନ ସନ୍ତତିଙ୍କ ସହ ମୂଲ ଲାଗି ପରିବାର ପ୍ରତିପୋଷଣ କରିଆସୁଥିଲେ। ହେଲେ ଗତ କିଛି ଦିନ ହେଲା ଅସୁସ୍ଥତା ହେତୁ କାମ କରି ନ ପାରି ସେ ଘରେ ରହୁଥିଲେ। ଦିଅର ଶୁକଦେବ କେତୋଟି ବତକ ପାଳିଛନ୍ତି। ହେଲେ ଏ ଗୁଡିକ ଆହତ ହୋଇଥିବାରୁ ଭାଉଜଙ୍କୁ ସେ ଦାୟୀ କରି ଠେଙ୍ଗାରେ ଆକ୍ରମଣ କରିଥିଲେ। ଫଳରେ ଶନିବାରୀଙ୍କର ୨ଟିଯାକ ହାତ ଭାଙ୍ଗି ଯିବାସହ ସେ ଗୁରୁତର ଆହତ ହୋଇଥିଲେ। ଶନିବାରୀଙ୍କ ପୁଅ କଙ୍କରୁ ତାଙ୍କୁ ଚିକିତ୍ସା ପାଇଁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ସେ ଆଖି ବୁଜିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଦେବଗଡ଼ View All
ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର
ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…
ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…
ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…
ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି
ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…
ଫେସବୁକ୍ ଲାଇଭ୍ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!
କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…
ଜିପିଏଲ୍ଏଫ୍,ସିଆର୍ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍ଏଚ୍ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍ଏଫ୍ ଓ ସିଆର୍ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…
ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…
ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ
କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…
LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!
ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…
Archives

