ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ତ୍ରୁଟି ଯୋଗୁ ଗଣନାରୁ ବାଦ୍‌ ପଡ଼ିଲା ୧୨ ଇଭିଏମ୍‌

ଦିଗପହଣ୍ଡି,୨୭ା୫(ଡି.ଏନ୍‌.ଏ.)-ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସୂର୍ଯ୍ୟ ନାରାୟଣ ପାତ୍ର ୪୦,୪୫୨ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୂର୍ଯ୍ୟ ୭୫,୦୧୬ ଭୋଟ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପିଙ୍କି ପ୍ରଧାନ ୩୪,୫୬୪ ଭୋଟ ପାଇଥିଲେ। ଇଭିଏମ୍‌ରେ ତ୍ରୁଟି ଯୋଗୁ ୧୨ ମତଦାନ କେନ୍ଦ୍ରର ଭୋଟ ଗଣତି କରାନଯାଇ ଚୂଡାନ୍ତ ଫଳାଫଳ ଘୋଷଣା କରାଯାଇଛି। ସେଗୁଡିକ ହେଲା ଦିଗପହଣ୍ଡି ବ୍ଲକ କମାପଦ୍ମନାଭପୁର ବୁଥ୍‌ ନଂ. ୪୫, ଗୋକର୍ଣ୍ଣପୁର ବୁଥ୍‌ ନଂ. ୫୮, ପୀତାମ୍ବରପୁର ବୁଥ୍‌ ନଂ. ୬୧, ସିଦ୍ଧଖଣ୍ଡି ବୁଥ୍‌ ନଂ.୬୬, ରାମଚନ୍ଦ୍ରପୁର ବୁଥ୍‌ ନଂ.୯୭, ଡଙ୍କାରି ବୁଥ୍‌ ନଂ.୧୧୬, ପେଣ୍ଠା ଗାଁ ବୁଥ୍‌ ନଂ.୧୪୪, ଜଂଘମା ବୁଥ୍‌ ନଂ ୧୬୩, ସାନଡୁମ୍ବୁଳା ବୁଥ୍‌ ନଂ.୧୭୭, ବାଗଡା ବୁଥ୍‌ ନଂ.୧୮୦ ଏବଂ କୁକୁଡାଖଣ୍ଡି ବ୍ଲକ ରୋହିଗଁା ବୁଥ୍‌ ନଂ.୭୩। ନିର୍ବାଚନ ଆଇନ ଅନୁଯାୟୀ ଭୋଟ ଗଣନା କେନ୍ଦ୍ରରେ ନିଯୁକ୍ତ ସର୍ବାଧିକ ଭୋଟ ହାସଲ କରିଥିବା ପ୍ରାର୍ଥୀ ଓ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀଙ୍କ ଏଜେଣ୍ଟମାନଙ୍କ ସହମତି ଭିତ୍ତିରେ ଏସବୁ ଅଚଳ ଭୋଟିଂ ମେଶିନର ଫଳାଫଳକୁ ବାଦ୍‌ ଦେଇ ଚୂଡାନ୍ତ ଫଳାଫଳ ଘୋଷଣା କରାଯାଇଥିବା ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ ଅତିରିକ୍ତ ରିଟର୍ନିଂ ଅଫିସର ଅଦ୍ୱୈତ କୁମାର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri