ଦିଗପହଣ୍ଡି,୨୭।୫(ଡି.ଏନ.ଏ.)-ଦିଗପହଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ରାଜ୍ୟ ରାଜନୀତିରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି । ଲଗାତର ଭାବେ ୭ଥର ଏଠାରୁ ସୂର୍ଯ୍ୟନାରାୟଣ ପାତ୍ର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ତେବେ ଚଳିତଥର ଦିଗପହଣ୍ଡି ଏନଏସିରେ ବିଜେଡିକୁ କମ୍ ଭୋଟ ମିଳିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଭୋଟ ଫଳାଫଳ ଆସିବା ପରେ ନିର୍ବାଚନ ଦାୟିତ୍ୱ ନେଇଥିବା ଦଳୀୟ କାର୍ଯ୍ୟକର୍ତ୍ତାବୃନ୍ଦ ବୁଥୱାରୀ ସମୀକ୍ଷା କରିବାରେ ଲାଗି ପଡ଼ିଛନ୍ତି। କେଉଁ ବୁଥରେ କିଭଳି ସ୍ଥିତିରେ ବିଜେଡିର ଭୋଟ ହାର କମିଲା, କିଏ ଓ କେଉଁ ଦଳୀୟ କାର୍ଯ୍ୟକର୍ତ୍ତା ଦଳ ପ୍ରତି ବିଶ୍ୱାସଘାତ କଲେ ତାହାକୁ ନେଇ କର୍ମୀଙ୍କ ମଧ୍ୟରେ ଆଲୋଡ଼ନ ସୃଷ୍ଟି କରିଛି ।
ଚଳିତଥରର ଫଳାଫଳ ଅନୁଯାୟୀ, ଏନଏସିର ୩୪ନଂ ବୁଥରେ କଂଗ୍ରେସ ୩୧୯ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ୨୫୫ ଭୋଟ ପାଇଛି। ସେହିପରି ୩୬ନଂ ବୁଥରେ କଂଗ୍ରେସ ୧୯୮ ଓ ବିଜେଡି ୯୮, ୩୮ନଂ ବୁଥରେ କଂଗ୍ରେସ ୨୪୨ ଓ ବିଜେଡି ୧୬୦, ୩୯ନଂ ବୁଥରେ କଂଗ୍ରେସ ୧୬୮ ଓ ବିଜେଡି ୧୧୬ ଖଣ୍ଡ ଭୋଟ ପାଇଛି। ୪୦ନଂ ବୁଥରେ କଂଗ୍ରେସ ୩୨୭ ଓ ବିଜେଡି ୧୪୯, ୪୧ନଂ ବୁଥରେ କଂଗ୍ରେସ ୨୩୪ ଓ ବିଜେଡି ୧୨୭, ୪୨ନଂ ବୁଥରେ କଂଗ୍ରେସ ୪୩୯ ଓ ବିଜେଡି ୧୫୮, ୪୩ନଂ ବୁଥରେ କଂଗ୍ରେସ ୩୩୩ ଓ ବିଜେଡି ୨୭୩, ୪୪ନଂ ବୁଥରେ କଂଗ୍ରେସ ୨୭୪ ଓ ବିଜେଡି ୧୪୬ ଖଣ୍ଡ ଭୋଟ ହାସଲ କରିପାରିଛି । ୩୭ନଂ ବୁଥରେ ବିଜେଡି ୧୮୯ ଓ କଂଗ୍ରେସକୁ ୧୫୬ ଖଣ୍ଡ ଭୋଟ ମିଳିଛି। ଏନଏସି ଅଧିନ ୧୧ଟି ୱାର୍ଡରେ କଂଗ୍ରେସ ୨୭୯୮ ଭୋଟ ପାଇଥିବା ବେଳେ ବିଜେଡି ୧୮୯୬ ଏବଂ ଭାଜପା ୧୦୭୦ ଖଣ୍ଡ ଭୋଟ ପାଇଛି । ପୂର୍ବ ନିର୍ବାଚନ ଅପେକ୍ଷା ଚଳିତ ନିର୍ବାଚନରେ ଗ୍ରାମାଞ୍ଚଳ ତୁଳନାରେ ସହରାଞ୍ଚଳ ଭୋଟ ହ୍ରାସ ପାଇଥିବାରୁ ରାଜନୈତିକ ବିଶ୍ଲେଷକମାନଙ୍କ ମଧ୍ୟରେ ଚର୍ଚ୍ଚା ଜୋର ଧରିଛି ।
ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ
ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…
ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର
ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…
ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…
ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ
ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…
ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…
ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ…
ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ
ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…
ଗଞ୍ଜାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ଅଂଶଗ୍ରହଣ କରିବେ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର
ଗଞ୍ଜାମ,୭।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଆରମ୍ଭ ହେବ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା । ଏଥିରେ ବ୍ଲକର ଚାରୋଟି…
୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି
ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…
Archives

