ଦିଗପହଣ୍ଡି,୧୮ା୪(ଡି.ଏନ.ଏ.)- ଦିଗପହଣ୍ଡିରେ ଖୁବଶୀଘ୍ର ଅତିରିକ୍ତ ଦେୱାନୀ ବିଚାରପତି (ବରିଷ୍ଠ) ତଥା ଆସିଷ୍ଟାଣ୍ଟ ସେସନ୍ ଜଜ୍ କୋର୍ଟ ଖୋଲିବାକୁ ଯାଉଥିବା ଜଣାପଡ଼ିଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏ ସମ୍ପର୍କିତ ଏକ ଚିଠି ମଙ୍ଗଳବାର ଆସି ପହଞ୍ଚତ୍ବା ପରେ ଓକିଲ ସଂଘ ସଦସ୍ୟ ଏବଂ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ବିଧିବଦ୍ଧ ଭାବେ ତାରିଖ ଘୋଷଣା ହୋଇ ନ ଥିଲେ ମଧ୍ୟ ଗଞ୍ଜାମ ଜିଲାର ଦିଗପହଣ୍ଡି, କୋରାପୁଟ ଜିଲାର ଲକ୍ଷ୍ମୀପୁର, ପୁରୀ ଜିଲାର ପୁରୀ ସଦରରେ ଅତିରିକ୍ତ ୨ଟି ଏବଂ ମୟୂରଭଞ୍ଜ ଜିଲାର ବାରିପଦା ଭଳି ଚାରୋଟି ଜିଲାର ୫ଟି ସ୍ଥାନରେ ଏହି କୋର୍ଟ ଖୋଲିବା ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଛି। ଚିଠିରେ ଭିତ୍ତିଭୂମି ସଂକ୍ରାନ୍ତରେ ରିପୋର୍ଟ ପଠାଇବା ପାଇଁ ରହିଥିବା ନିର୍ଦ୍ଦେଶକୁ ଭିତ୍ତିକରି ମଙ୍ଗଳବାର ଦିଗପହଣ୍ଡି ଜେଏମ୍ଏଫସି ରଞ୍ଜନ କୁମାର ପ୍ରଧାନଙ୍କ ଉପସ୍ଥିତିରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହେବା ସହ ଭିତ୍ତିଭୂମି ସଂକ୍ରାନ୍ତରେ ଏକ ସକାରାତ୍ମକ ରିପୋର୍ଟ ପଠା ଯାଇଥିବା ମଧ୍ୟ ଜଣାପଡ଼ିଛି। ଓକିଲ ସଂଘ ପକ୍ଷରୁ ଉପସ୍ଥିତ କର୍ମକର୍ତ୍ତା ସଂଘ କାର୍ଯ୍ୟାଳୟର ଗୋଟିଏ ବଖରା ନୂଆ କୋର୍ଟ ପାଇଁ ଦେବାକୁ ସମ୍ମତି ପ୍ରଦାନ କରିଥିବା ବେଳେ ବିଡିଓ ହଳଧର ଶବରଙ୍କ ସହ ଆଲୋଚନା କରି ତହସିଲଦାର ଏୈତ କୁମାର ସ୍ବାଇଁ ବିଚାରପତିଙ୍କ ପାଇଁ ବାସଗୃହ ଯୋଗାଇ ଦେବାକୁ ମଧ୍ୟ ସମ୍ମତି ପ୍ରଦାନ କରିଛନ୍ତି। ଏହି ନୂଆ କୋର୍ଟ ଖୋଲିବା ପରେ ଅଞ୍ଚଳବାସୀ ବହୁମାତ୍ରାରେ ଉପକୃତ ହେବାକୁ ଯାଉଥିବାରୁ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କରାଯାଇଛି।
ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...
ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା
ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ...
ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର
ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା...
ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା
ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି...
Archives


