ଦିଗପହଣ୍ଡିରେ ଖୋଲିବ ସବ୍‌ଜଜ୍‌ କୋର୍ଟ

ଦିଗପହଣ୍ଡି,୧୮ା୪(ଡି.ଏନ.ଏ.)- ଦିଗପହଣ୍ଡିରେ ଖୁବଶୀଘ୍ର ଅତିରିକ୍ତ ଦେୱାନୀ ବିଚାରପତି (ବରିଷ୍ଠ) ତଥା ଆସିଷ୍ଟାଣ୍ଟ ସେସନ୍‌ ଜଜ୍‌ କୋର୍ଟ ଖୋଲିବାକୁ ଯାଉଥିବା ଜଣାପଡ଼ିଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏ ସମ୍ପର୍କିତ ଏକ ଚିଠି ମଙ୍ଗଳବାର ଆସି ପହଞ୍ଚତ୍ବା ପରେ ଓକିଲ ସଂଘ ସଦସ୍ୟ ଏବଂ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ବିଧିବଦ୍ଧ ଭାବେ ତାରିଖ ଘୋଷଣା ହୋଇ ନ ଥିଲେ ମଧ୍ୟ ଗଞ୍ଜାମ ଜିଲାର ଦିଗପହଣ୍ଡି, କୋରାପୁଟ ଜିଲାର ଲକ୍ଷ୍ମୀପୁର, ପୁରୀ ଜିଲାର ପୁରୀ ସଦରରେ ଅତିରିକ୍ତ ୨ଟି ଏବଂ ମୟୂରଭଞ୍ଜ ଜିଲାର ବାରିପଦା ଭଳି ଚାରୋଟି ଜିଲାର ୫ଟି ସ୍ଥାନରେ ଏହି କୋର୍ଟ ଖୋଲିବା ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଛି। ଚିଠିରେ ଭିତ୍ତିଭୂମି ସଂକ୍ରାନ୍ତରେ ରିପୋର୍ଟ ପଠାଇବା ପାଇଁ ରହିଥିବା ନିର୍ଦ୍ଦେଶକୁ ଭିତ୍ତିକରି ମଙ୍ଗଳବାର ଦିଗପହଣ୍ଡି ଜେଏମ୍‌ଏଫସି ରଞ୍ଜନ କୁମାର ପ୍ରଧାନଙ୍କ ଉପସ୍ଥିତିରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହେବା ସହ ଭିତ୍ତିଭୂମି ସଂକ୍ରାନ୍ତରେ ଏକ ସକାରାତ୍ମକ ରିପୋର୍ଟ ପଠା ଯାଇଥିବା ମଧ୍ୟ ଜଣାପଡ଼ିଛି। ଓକିଲ ସଂଘ ପକ୍ଷରୁ ଉପସ୍ଥିତ କର୍ମକର୍ତ୍ତା ସଂଘ କାର୍ଯ୍ୟାଳୟର ଗୋଟିଏ ବଖରା ନୂଆ କୋର୍ଟ ପାଇଁ ଦେବାକୁ ସମ୍ମତି ପ୍ରଦାନ କରିଥିବା ବେଳେ ବିଡିଓ ହଳଧର ଶବରଙ୍କ ସହ ଆଲୋଚନା କରି ତହସିଲଦାର ଏୈତ କୁମାର ସ୍ବାଇଁ ବିଚାରପତିଙ୍କ ପାଇଁ ବାସଗୃହ ଯୋଗାଇ ଦେବାକୁ ମଧ୍ୟ ସମ୍ମତି ପ୍ରଦାନ କରିଛନ୍ତି। ଏହି ନୂଆ କୋର୍ଟ ଖୋଲିବା ପରେ ଅଞ୍ଚଳବାସୀ ବହୁମାତ୍ରାରେ ଉପକୃତ ହେବାକୁ ଯାଉଥିବାରୁ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri