ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍‌ ଚକା ତଳେ ଆସି ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟ ରାସ୍ତାର କୃଷି କାର୍ଯ୍ୟାଳୟ ନିକଟରେ ଗୁରୁବାର ସକାଳେ ଏକ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତ ଜଣକ ପାଟପୁର ଥାନା ମାଟିଆ ବୋରେଇ ଗାଁର ନାରାୟଣ ସେଠୀ ଓ ଆହତ ଜଣକ ତାଙ୍କ ସ୍ତ୍ରୀ ରୂପା ସେଠୀ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ଆହତଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ସକାଳେ ତାଙ୍କ ଶାଳକଙ୍କ ମୃତ୍ୟୁ ଖବର ପାଇ ନାରାୟଣ ଓ ତାଙ୍କ ସ୍ତ୍ରୀ ରାଜପୁର ଗଁ।କୁ ଯାଉଥିଲେ। ସେହି ସମୟରେ ଅପରପକ୍ଷରୁ ଦ୍ରୁତ ଗତିରେ ଆସୁଥିବା ଦିଲଖୁସ୍‌ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ତାଙ୍କ ଗାଡିକୁ ଧକ୍କା ଦେଇଥିଲା। ବସ୍‌ର ଚକା ତଳେ ନାରାୟଣଙ୍କ ମୁଣ୍ଡ ଆସିଯିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ଖବରପାଇ ଦିଗପହଣ୍ଡି ଥାନା ଆଇଆଇସି ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଏଥିସହ ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅପରପକ୍ଷରେ ବସ୍‌ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୋଲିସ ବସ୍‌ ଓ ମୃତ ନାରାୟଣଙ୍କ ଗାଡ଼ିକୁ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri