ଦିନକ ପରେ ଅକ୍ଷୟ ତୃତୀୟା, ହେଲେ ୩ ତାରିଖ ପର୍ଯ୍ୟନ୍ତ ରଥ ନିର୍ମାଣ ସମ୍ଭବ ନୁହେଁ: ଗଜପତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶୁକ୍ରବାର ଖବରଦାତା ସମ୍ମିଳନୀ ଜରିଆରେ ମନ୍ତବ୍ୟ ରଖିଛନ୍ତି।  ସେ କହିଛନ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ମିଳିଥିବା ଚିଠିକୁ ନେଇ ଆଜି ବୈଠକ ବସିଥିଲା। ଶ୍ରୀମନ୍ଦିର ପର୍ବପର୍ବାଣୀ ସମ୍ପର୍କରେ ଏହି ବୈଠକ ବସିଥିଲା। ଆଉ ଦିନକ ପରେ ଅକ୍ଷୟ ତୃତୀୟା, ମହାପ୍ରଭୁଙ୍କ ରଥ ନିର୍ମାଣ ହେବାର ବିଧି ରହିଛି। ଲକ୍‌ଡାଉନ୍‌ ନିୟମରେ ବାହାର ଯାତ୍ରା ହୋଇପାରିବ ନାହିଁ ବୋଲି ସ୍ପଷ୍ଟ ହୋଇଛି। କାରଣ ଏହି ସମୟରେ କୌଣସି ଧର୍ମପୀଠରେ ବାହାର ଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଇଛି। କେନ୍ଦ୍ର, ରାଜ୍ୟ ସରକାରଙ୍କ ନିୟମ ପରିଚାଳନା କମିଟି ମାନିବାକୁ ବାଧ୍ୟ। ଏ ନେଇ ୩ ତାରିଖ ପର୍ଯ୍ୟନ୍ତ କୌଣସି ବାହାର ଯାତ୍ରା ସମ୍ଭବ ନୁହେଁ। କିଭଳି ଏହାକୁ ପାଳନ କରାଯାଇପାରିବ ସେ ନେଇ କମିଟି ସଦସ୍ୟ କହିଥିଲେ। ସନ୍ଧ୍ୟାରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ତାହା ଉପସ୍ଥାପନ କରିବାର ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ପରମ୍ପରାକୁ ଦୃଷ୍ଟିରେ ରଖି ବିକଳ୍ପ ନେଇ ପରାମର୍ଶ ଲୋଡ଼ାଯିବ। ଗୁରୁଜୀଙ୍କ ପରାମର୍ଶ ଅନୁସାରେ ଅକ୍ଷୟ ତୃତୀୟା ନୀତି ପାଳନ ହେବ। ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ସମୟ ଅଛି, ଆମେ ଅପେକ୍ଷା କରିବା। ୩ ତାରିଖ ପରେ ଯାହା ଗାଇଡ୍‌ଲାଇନ୍‌ ଦେବେ, ସେନେଇ ପୁଣି ମିଟିଂ ହେବ। ଏହି ମିଟିଂରେ ଗାଇଡ୍‌ଲାଇନ୍‌ ଅନୁସାରେ ଯାହା କରିହେବ କରାଯିବ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ୍‌ ମାନିବାକୁ ଆମେ ବାଧ୍ୟ। ଜନସମାଜର ସୁରକ୍ଷା ପାଇଁ ଆମେ ଗାଇଡ୍‌ଲାଇନ୍‌ ପାଳନ କରିବୁ। କେନ୍ଦ୍ର, ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପାଳନ କରିବା ଆମର ଦାୟିତ୍ୱ। ଅପରପକ୍ଷେ ରୋଗକୁ ଦୂରେଇବା ଓ ମହାପ୍ରଭୁଙ୍କ ନୀତି ପାଳନ କରିବା ଆମର ମୁଖ୍ୟ ଲକ୍ଷ୍ୟ। ଯାତ୍ରୀ କଟକଣା ଲଗାଇ ଯାତ୍ରା କରିହେବ କି ନାହିଁ ତାହା ସରକାରଙ୍କ ଦାୟିତ୍ୱ। ହେଲେ ୩ ତାରିଖ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରିବ ନାହିଁ। ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ନ ହେଲେ ହେଁ ବିଧି କ’ଣ ପାଳନ ହେବ ସେନେଇ ଗୁରୁଜୀ କହିବେ ବୋଲି ଗଜପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri