ଦିନକରେ ଗଡ଼ିଲା ୯୨ ମୁଣ୍ଡ

ନୂଆଦିଲ୍ଲୀ, ୧୫।୫ : ପ୍ରାଣଘାତୀ କରୋନା ଭୂତାଣୁ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି। ଦେଶରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୮୧, ୬୫୮କୁ ବୃଦ୍ଧି ପାଇଥିବା ବେଳେ ୨,୬୪୪ ପ୍ରାଣ ହରାଇଲେଣି। ଗତ ୨୪ ଘଣ୍ଟାରେ ୯୨ ଜଣ ପ୍ରାଣ ହରାଇଥିବା ବେଳେ ୩,୬୦୧ ମାମଲା ସାମ୍ନାକୁ ଆସିଛି। ମହାରାଷ୍ଟ୍ରରେ ସ୍ଥିତି ଜଟିଳ ରହିଥିବା ଜଣାପଡ଼ିଛି। ଏହି ରାଜ୍ୟରେ ୨୭,୫୨୪ କରୋନା ରୋଗୀ ଥିବାବେଳେ ପ୍ରାଣ ହରାଇଲେଣି ୧,୦୧୯ ବ୍ୟକ୍ତି। ଦିନକରେ ୪୪ ଜଣଙ୍କ ଜୀବନ ଯାଇଥିବା ବେଳେ ୧,୬୦୨ ନୂଆ ମାମଲା ନଜରକୁ ଆସିଛି। ଗୁଜରାଟ, ତାମିଲନାଡ଼ୁ, ଦିଲ୍ଲୀ ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗୁଜରାଟକୁ ପଛରେ ପକାଇ ତାମିଲନାଡ଼ୁ ଦ୍ୱିତୀୟ ସର୍ବାଧିକ କରୋନା ରୋଗୀ ଥିବା ରାଜ୍ୟ ଭାବେ ଉଭା ହୋଇଛି। ତାମିଲନାଡ଼ୁରେ ଏବେ ୯,୬୭୪ ସଂକ୍ରମିତ ଥିବାବେଳେ ୬୬ ଜଣ ପ୍ରାଣ ହରାଇଲେଣି। ଗତ ୨୪ ଘଣ୍ଟାରେ ଏହି ରାଜ୍ୟରେ ୪୪୭ ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ୨ ଜଣଙ୍କ ଜୀବନ ଯାଇଛି।
ଗୁଜରାଟରେ ୯, ୫୯୨ କରୋନା ରୋଗୀ ଥିବାବେଳେ ୫୮୬ ବ୍ୟକ୍ତି ପ୍ରାଣ ହରାଇଲେଣି। ଦିନକରେ ୨୦ ମୁଣ୍ଡ ଏଠାରେ ଗଡ଼ିଥିବା ଜଣାପଡ଼ିଛି। ଗୁରୁବାର ୩୨୪ ନୂଆ ମାମଲା ଦେଖିବାକୁ ମିଳିଛି। ରାଜଧାନୀ ଦିଲ୍ଲୀରେ ମଧ୍ୟ ସ୍ଥିତିରେ ସୁଧାର ଆସିପାରି ନାହିଁ। ଏଠାରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ୮,୪୭୦କୁ ବୃଦ୍ଧିପାଇଥିବା ବେଳେ ନୂଆ ୪୭୨ ମାମଲା ଦେଖିବାକୁ ମିଳିଛି। ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ରାଜସ୍ଥାନ, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶରେ ରୋଗୀ ସଂଖ୍ୟା ବଢ଼ିଚାଲିଛି। ଏହି ୫ ରାଜ୍ୟରେ ଏବେ ୧୭ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ଥିବା ଜଣାପଡ଼ିଛି। ଏହି ରାଜ୍ୟଗୁଡ଼ିକରେ ମୃତ୍ୟୁସଂଖ୍ୟା ଯଥାକ୍ରମେ ୨୩୭, ୮୬, ୧୨୨, ୨୧୫ ଓ ୪୮କୁ ବୃଦ୍ଧି ପାଇଛି। ତେଲଙ୍ଗାନାରେ ୩୪, ପଞ୍ଜାବରେ ୩୨ ଓ କର୍ନାଟକରେ ୩୫ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଯଦିଓ ୨୭,୭୭୮ ଭୂତାଣୁ ଆକ୍ରାନ୍ତ ସୁସ୍ଥହୋଇ ଘରକୁ ଫେରିଛନ୍ତି, ତଥାପି କେତେକ ରାଜ୍ୟରେ ଉଗ୍ର ସଂକ୍ରମଣ ନିଦ ହଜାଇ ଦେଇଛି। ଲକ୍‌ଡାଉନ ସତ୍ତ୍ୱେ ସେଭଳି ସୁଫଳ ମିଳିପାରୁନି। ସରକାର ସାମାଜିକ ଦୂରତ୍ୱ ରକ୍ଷାକରିବାକୁ କହୁଛନ୍ତି। ଏହି ଭୂତାଣୁବାହୀ ରୋଗର କୌଣସି ସଫଳ ଔଷଧ ଆସି ନ ଥିବାରୁ ସଂକ୍ରମଣ ସ୍ଥିତିକୁ ନେଇ ଲୋକଙ୍କ ମନରେ କୋକୁଆ ଭୟ ସୃଷ୍ଟିହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri