ଦିନକରେ ୩୮ ହଜାର ନୂଆ ମାମଲା

ଓ୍ବାଶିଂଟନ/ରୋମ୍‌/ ଲଣ୍ଡନ, ୩।୫: କରୋନା ମହାମାରୀ ଯୋଗୁ ବିଶ୍ୱ ଏବେ ଥରହର। ୨୧୨ ଦେଶରେ ଏହି ଭୂତାଣୁ ରାଜୁତି କରୁଥିବା ବେଳେ ଅନାୟାସରେ ଗୋଟିକ ପରେ ଗୋଟିଏ ଜୀବନ ଯାଉଛି। ଶନିବାର ସୁଦ୍ଧା ବିଶ୍ୱରେ ୩୪.୩ ଲକ୍ଷରୁ ଊର୍ଦ୍ଧ୍ୱ ଭୂତାଣୁ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ୨.୪୧ ଲକ୍ଷ ଲୋକ ଏପର୍ଯ୍ୟନ୍ତ ଏଥିରେ ପ୍ରାଣ ହରାଇଲେଣି। ସବୁଠାରୁ ବଡ଼କଥା ହେଲା ଗୋଟିଏ ଦିନରେ ୨ ହଜାରରୁ ଅଧିକ ମୃତ୍ୟୁ ହୋଇଥିବା ବେଳେ ୩୮ ହଜାର ନୂଆ ମାମଲା ସାମ୍ନାକୁ ଆସିଛି। ଏଥିରୁ ଶନିବାର କେବଳ ଆମେରିକାରେ ୬ ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ଦେଖିବାକୁ ମିଳିଛି।
ଆମେରିକାରେ ଅଦ୍ୟାବଧି ସଂକ୍ରମିତଙ୍କ ସଂଖ୍ୟା ୧୧.୩୮ ଲକ୍ଷରେ ପହଞ୍ଚିଛି। ଏଠାରେ କରୋନା ଯୋଗୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୬୬ ହଜାର ଟପିଛି। ସେହିଭଳି ସ୍ପେନ୍‌ରେ ୨.୪୫ ଲକ୍ଷରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଥିବାବେଳେ ୨୫ ହଜାର ୧୦୦ ଲୋକଙ୍କ ମୃତ୍ୟୁ ହୋଇଛି। ଇଟାଲୀରେ ୨୮,୭୧୦ ବ୍ୟକ୍ତି ପ୍ରାଣ ହରାଇଲେଣି। ସଂକ୍ରମିତଙ୍କ ସଂଖ୍ୟା ଏଠାରେ ବଢ଼ି ୨.୦୯ ଲକ୍ଷରେ ପହଞ୍ଚିଲାଣି। ସେହିଭଳି ଫ୍ରାନ୍ସରେ ୨୪,୫୯୬ ଜଣ ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧.୬୭ ଲକ୍ଷ ଟପିଛି। ବ୍ରିଟେନରେ ୧.୭୭ ଲକ୍ଷ କରୋନା ରୋଗୀ ଥିବାବେଳେ ୨୭,୫୧୦ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି। ଅନୁରୂପ ଭାବେ ଜର୍ମାନୀ, ରୁଷିଆ, ତୁର୍କୀରେ ଲକ୍ଷାଧିକ ସଂକ୍ରମିତ ଅଛନ୍ତି, ଯାହାକି ଆଗାମୀ ଦିନ ପାଇଁ ଚିନ୍ତା ବଢ଼ାଇଛି। ଜର୍ମାନୀରେ ୬,୭୩୬, ରୁଷିଆରେ ୧,୨୨୨, ତୁର୍କୀରେ ୩,୨୫୮, ଇରାନରେ ୬,୧୫୬, ବ୍ରାଜିଲରେ ୬,୪୩୪, ଚାଇନାରେ ୪,୬୩୩, ବେଲଜିୟମରେ ୭,୭୬୫, ନେଦରଲାଣ୍ଡ୍ସ୍‌ରେ ୪,୯୮୭ ବ୍ୟକ୍ତି ପ୍ରାଣ ହରାଇଲେଣି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri