ଦିନକୁ ୮ଘଣ୍ଟା ଡ୍ୟୁଟି କରିବେ ପୋଲିସ କର୍ମଚାରୀ: ସପ୍ତାହରେ ଦିନେ ଛୁଟି

କଟକ ଅଫିସ,୩୦ା୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଓଡ଼ିଶାରେ ବି ଏହାର ପ୍ରଭାବ ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌କୁ କାର୍ଯ୍ୟକାରୀ କରିବାର ଗୁରୁଦାୟିତ୍ୱ ପୋଲିସ କର୍ମଚାରୀଙ୍କ ଉପରେ ରହିଛି। ଦିନତମାମ୍‌ ସେମାନଙ୍କୁ ବିଭିନ୍ନ ଛକ ଏବଂ ପ୍ରମୁଖ ସ୍ଥାନଗୁଡ଼ିକରେ ମୁତୟନ କରାଯାଉଛି। ଅନେକେ ବିଶ୍ରାମ ପାଉନାହାନ୍ତି। ଏହାକୁ ଗମ୍ଭୀରତାର ସହ ନେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅଭୟ। ସେ ପୋଲିସ କର୍ମଚାରୀଙ୍କ ପାଇଁ କାର୍ଯ୍ୟ ନିର୍ଘଣ୍ଟ କରିଛନ୍ତି। ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି ଯେ, ବର୍ତ୍ତମାନ ସରକାର ୩ ସପ୍ତାହ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। କିନ୍ତୁ କୋଭିଡ୍‌-୧୯ ସମ୍ପର୍କିତ ନିୟମର ପ୍ରବର୍ତ୍ତନ ଆଉ କିଛି ମାସ ଧରି ଜାରି ରହିପାରେ। ବର୍ତ୍ତମାନ ନିୟମକୁ ଠିକ୍‌ ଭାବେ ପାଳନ କରାଯାଉଥିବାରୁ ଅନେକ ସୁଧାର ଆସିଛି। ଏ ବାବଦରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ଜିଲା ଆରକ୍ଷୀ ଅଧୀକ୍ଷକ ଏବଂ ଡିସିପିମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଲୋଚନା କରି ଏକ ମାର୍ଗଦର୍ଶିକା ପ୍ରକାଶ କରିଛନ୍ତି। ସମସ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ଏବଂ ଡିସିପିଙ୍କୁ ପରାମର୍ଶ ଦିଆଯାଇଛି କି, ସେମାନେ ବିଭିନ୍ନ ସହର ଓ ସଡ଼କରେ ମୁତୟନ ପୋଲିସ କର୍ମଚାରୀଙ୍କ କାର୍ଯ୍ୟ ନିର୍ଘଣ୍ଟକୁ ପୁନଃ ସମୀକ୍ଷା କରିବେ। ଯଥାସମ୍ଭବ ନିଶ୍ଚିତ କରିବେ ଯେ, ନିୟୋଜିତ ପୋଲିସ କର୍ମଚାରୀମାନେ ସପ୍ତାହରେ ଦିନଟିଏ ବିଶ୍ରାମ ପାଇବେ। ଏଥିସହ ସେମାନଙ୍କ ଦୈନିକ କାର୍ଯ୍ୟ ଅବଧି ୮ଘଣ୍ଟାରୁ ଅଧିକ ହେବ ନାହିଁ ବୋଲି ସେ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅଧିକାଂଶ ଜିଲା ଏହାକୁ କାର୍ଯ୍ୟକାରୀ କରିବା ଆରମ୍ଭ କରିଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri