Posted inଖେଳ

ଦିନଥିଲା ଗୁପ୍‌ଚୁପ୍‌ ବିକୁଥିଲେ, ଏବେ ୧୭ ବର୍ଷ ବୟସରେ ଧୂଆଁଧାର ବ୍ୟାଟିଂ କରି ଦଳକୁ ଜିତାଇଲେ

ବେଙ୍ଗାଲୁରୁ,୯।୧୦:ଆଲୁର ଷ୍ଟାଡିୟମରେ ଚାଲିଥିବା ବିଜୟ ହଜାରେ ଟ୍ରଫି ଗ୍ରୁପ୍‌ ଏର ଏକ ମ୍ୟାଚ୍‌ରେ ମୁମ୍ବାଇ ୧୩୦ ରନରେ ଗୋଆକୁ ପରାସ୍ତ କରିଛନ୍ତି। ମୁମ୍ବାଇ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୪ ଉଇକେଟ ହରାଇ ୩୬୨ ରନ୍‌ ସଂଗ୍ରହ କରିଥିଲା। ଏହାର ଜବାବରେ ଗୋଆ ୪୮.୧ ଓଭରରେ ୨୩୨ ରନରେ ଅଲଆଉଟ୍‌ ହୋଇଯାଇଥିଲା। ମୁମ୍ବାଇ ପକ୍ଷରୁ ଧୂଆଁଧାର ବ୍ୟାଟିଂ କରିଥିଲେ ୧୭ବର୍ଷୀୟ ଯଶସ୍ବୀ ଯଶଓ୍ବାଲ। ସେ ୧୧୩ ରନର ପାଳି ଖେଳିଥିଲେ। ମୁମ୍ବାଇ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଯଶସ୍ବୀଙ୍କ କାହାଣୀ ବେଶ୍‌ ସଂଘର୍ଷପୂର୍ଣ୍ଣ ଥିଲା। ଖୁବ୍‌ କମ୍‌ ବୟସରୁ କ୍ରିକେଟ ଖେଳିବାର ସ୍ବପ୍ନ ନେଇ ଘର ଛାଡି ଉତ୍ତର ପ୍ରଦେଶରୁ ମୁମ୍ବାଇ ଚାଲିଆସିଥିଲେ। ଏଠାରେ ଦାଦାଙ୍କ ଭଡା ଘରେ ରହି କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ମାସକୁ ମାସ ତାଙ୍କ ବାପା କିଛି ଟଙ୍କା ପଠାନ୍ତି। କିନ୍ତୁ ସେଥିରେ ଟ୍ରେନିଂ ନେବା ସମ୍ଭବ ନ ଥିଲା। ଆଜାଦ୍‌ ମୈଦାନରେ ରାମଲୀଳା ଚାଲିଥିବାବେଳେ ସେଠାରେ ଗୁପ୍‌ଚୁପ୍‌ ବିକ୍ରି କରୁଥିଲେ ଯଶସ୍ବୀ। ଏଥିରେ ଯାହା କିଛି ଲାଭ ମିଳୁଥିଲା ସେଥିରେ କ୍ରିକେଟ ଟ୍ରେନିଂ ନେବା ଆରମ୍ଭ କଲେ। ସେଠାରେ  କୋଚ୍‌ ଜ୍ୱାଲା ସିଂଙ୍କ ସହ ଭେଟ ହୋଇଥିଲା। ଏହାପରେ ତାଙ୍କ ଜୀବନ ସମ୍ପୂର୍ଣ୍ଣ ବଦଳିଯାଇଥିଲା। କ୍ରିକେଟରେ ଗୋଟିଏ ପରେ ଗୋଟିଏ ସଫଳତାର ପାହାଚ ଚଢିଚାଲିଲେ। ଯଶସ୍ବୀଙ୍କର ଭାରତୀୟ ଅଣ୍ଡର-୧୯ ଦଳ ପାଇଁ ଚୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri