ଦିନମଜୁରିଆଙ୍କୁ ଖାଦ୍ୟ ଯୋଗାଇଲେ ଫୁଟବଲର ଶୁଭାଶିଷ

କୋଲକାତା,୧୩।୪ (ପି.ଟି.): ଭାରତୀୟ ଫୁଟବଲର ତଥା ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ମୁମ୍ବାଇ ସିଟି ଲେଫ୍ଟ ବ୍ୟାକ୍‌ ଶୁଭାଶିଷ ବୋଷ କୋଭିଡ୍‌-୧୯ ମହାମାରୀ ମୁକାବିଲାରେ ସାମିଲ ହୋଇଛନ୍ତି। ଦକ୍ଷିଣ ୨୪ ପ୍ରଗଣାସ୍ଥିତ ତାଙ୍କ ଘରୋଇ ସହର ସୁଭାଷଗ୍ରାମ୍‌ରେ ସେ ଗୃହହୀନ ଓ ରୋଜଗାର ହରାଇଥିବା ଲୋକଙ୍କୁ ଖାଦ୍ୟ ପ୍ରଦାନ କରିଛନ୍ତି। କରୋନା ଭାଇରସ କାରଣରୁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଥିବା ବେଳେ ବହୁ ଲୋକ ରୋଜଗାର ହରାଇ ଖାଦ୍ୟ ପାଇଁ ସଂଘର୍ଷ କରୁଛନ୍ତି। ଦିନମଜୁରିଆ, ରିକ୍ସାବାଲା ଲାଇନ୍‌ରେ ଠିଆ ହୋଇ ଖାଦ୍ୟ ସଂଗ୍ରହ କରୁଛନ୍ତି। ଶୁଭାଶିଷ ନିଜେ ଠିଆ ହୋଇ ସମସ୍ତଙ୍କୁ ଖାଦ୍ୟ ବା ରାଶନ ପୁଡିଆ ପ୍ରଦାନ କରୁଛନ୍ତି। ଖାଦ୍ୟ ସାମଗ୍ରୀ ଯୋଗାଇବାରେ ନିଜକୁ ଆତ୍ମସନ୍ତୋଷ ମିଳୁଛି ଓ ନିଜର ଘରୋଇ ସହରର ଏହି ଲୋକମାନଙ୍କୁ ବ୍ୟକ୍ତିଗତ ଭାବେ ଜାଣେ ବୋଲି ସେ କହିଛନ୍ତି। କରୋନା ଭାଇରସର ସଫଳ ମୁକାବିଲା କରିବାକୁ ହେଲେ ସମସ୍ତଙ୍କୁ ଘରେ ରହିବାକୁ ହେବ। ଏହି ଲଢେଇରେ ଡାକ୍ତର, ନର୍ସ, କ୍ଲିନର୍ସ, ପୋଲିସ ଓ ଖବରଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଓ ଏମାନଙ୍କୁ କୃତଜ୍ଞତା ଜଣାଇବା ଉଚିତ ବୋଲି ସେ କହିଛନ୍ତି। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ସକ୍ଷମ ହୋଇଥିବାରୁ ଭଗବାନଙ୍କୁ କୃତଜ୍ଞତା ଜଣାଉଛି। ସାମାଜିକ ଦୂରତା ରକ୍ଷା କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି। ମଣିଷର ଜୀବନ ହେଉଛି ସବୁଠାରୁ ବଡ଼ କଥା। ଖୁବ୍‌ଶୀଘ୍ର ସ୍ଥିତି ସ୍ବାଭାବିକ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri