Posted inଖେଳ

ଦିନିକିଆ ସିରିଜ ଜିତିଲା ପାକିସ୍ତାନ

କରାଚି,୩।୧୦- ଏଠାରେ ବୁଧବାର ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ୧୦ଟି ବଲ୍‌ ବାକିଥାଇ ୫ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ୍‌ରେ ପାକିସ୍ତାନ ୨-୦ରେ ବିଜୟୀ ହୋଇଛି। ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୯୭ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ୪୮.୨ ଓଭରରେ ୫ ଉଇକେଟ ହରାଇ ୨୯୯ ରନକରି ବିଜୟୀ ହୋଇଛି। ପାକିସ୍ତାନ ତରଫରୁ ଓପନର ଫକାର ଜମାନ ସର୍ବାଧିକ ୭୬, ଅବିଦ ଅଲି ୭୪, ହାରିସ ସୋହେଲ ୫୬, ବାବର ଆଜମ ୩୧, ଅଧିନାୟକ ସର୍ଫରାଜ ଅହମ୍ମଦ ୨୩ ରନ କରି ଆଉଟ ହୋଇଥିଲେ। ଇଫତିକାର ଅହମ୍ମଦ ୨୮ ରନ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ବୋଲିଂରେ ଶ୍ରୀଲଙ୍କାର ନୂଆନ ପ୍ରଦୀପ ୨, ଲାହିରୁ କୁମାରା ଲକ୍ଷଣ ସନ୍ଦକାନ, ଓ୍ବାନିଣ୍ଡୁ ହାସରଙ୍ଗା ଓ ଶେହାନ ଜୟସୁରିୟା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ତରଫରୁ ଓପନର ଦନୁଷ୍କା ଗୁଣତିଲକା ସର୍ବାଧିକ ୧୩୩ ରନର ଶତକୀୟ ପାଳି ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦସୁନ ସନକା ୪୩, ଅଧିନାୟକ ଲାହିରୁ ଥିରିମାନେ ୩୬, ଉଇକେଟକିପର ବ୍ୟାଟ୍ସମ୍ୟାନ ମିନୋଦ ଭାନୁକା ୩୬ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ମହମ୍ମଦ ଆମୀର ୩, ଉସମାନ ସିନଓ୍ବାରୀ, ଓ୍ବାହାବ ରିୟାଜ, ଶଦାବ ଖାଁ ଓ ମହମ୍ମଦ ନଓ୍ବାଜ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ପାକିସ୍ତାନର ଅବିଦ ଅଲି ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୫୦ ଓଭରରେ ୨୯୭/୯
(ଗୁଣତିଲକା- ୧୩୩, ଶନକା- ୪୩, ଥିରିମାନେ- ୩୬, ଭାନୁକା- ୩୬, ଆମୀର- ୩/୫୦)।
ପାକିସ୍ତାନ ୪୮.୨ ଓଭରରେ ୨୯୯/୫
(ଜମାନ- ୭୬, ଅବିଦ- ୭୪, ସୋହେଲ- ୫୬, ବାବର- ୩୧, ପ୍ରଦୀପ-୨/୫୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

ବୈଭବ ସୂର୍ଯ୍ୟବଂଶୀ ପହଞ୍ଚିବା ପୂର୍ବରୁ ଇଂଲଣ୍ଡରେ ପହଞ୍ଚି ସାରିଥିଲେ ତାଙ୍କ ବାପା, ବିଶ୍ୱର ପ୍ରମୁଖ ବ୍ୟବସାୟୀଙ୍କଠାରୁ ଶୁଣିଲେ ପୁଅର ପ୍ରଶଂସା

ନୂଆଦିଲ୍ଲୀ,୨୩।୬: ଭାରତୀୟ କ୍ରିକେଟକୁ ଝଡ଼ରେ ପରିଣତ କରିଥିବା ବିହାରର ସମସ୍ତିପୁରର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଖବର ଶିରୋନାମାରେ ଅଛନ୍ତି। ଇଂଲଣ୍ଡ ଗସ୍ତ ପାଇଁ ଯିବା…

ନିଜ ବଡିଗାର୍ଡଙ୍କୁ ଧକ୍କା ଦେଲେ ରୋହିତ ଶର୍ମା: କାରଣ ଜାଣିଲେ ପ୍ରଶଂସକ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୨୩।୬: ଭାରତୀୟ ଦଳର ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ସାଧାରଣତଃ ତାଙ୍କର ମଜାଳିଆ ଏବଂ ଶାନ୍ତ ଆଚରଣ ପାଇଁ ଜଣାଶୁଣା। ପଡ଼ିଆ ଭିତରେ ହେଉ କିମ୍ବା ବାହାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri