Posted inଖେଳ

ଦିନିକିଆ ସିରିଜ୍‌: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌

ପୋଚେଫ୍ସଟ୍ରୁମ୍‌, ୮।୩- ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ୨୭ଟି ବଲ୍‌ ବାକି ରଖି ୬ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ବିଶିଷ୍ଟ ଏହି ଦିନିକିଆରେ ସବୁ ମ୍ୟାଚ୍‌ ଜିତି ଦକ୍ଷିଣ ଆଫ୍ରିକା କ୍ଲିନ୍‌ ସୁଇପ୍‌ କରିଛି। ସ୍ଥାନୀୟ ସେନଓ୍ବେଜ ପାର୍କ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୨୫୪ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ମାର୍ନସ ଲାବୁସେନ ୧୦୮ ରନର ଶତକୀୟ ପାଳି ଖେଳିଥିବା ବେଳେ ଡି’ଅର୍ସି ଶର୍ଟ ୩୬, ମିଚେଲ ମାର୍ଶ ୩୨, ଅଧିନାୟକ ଆରୋନ ଫିଞ୍ଚ୍‌ ୨୨, ଷ୍ଟିଭେନ୍‌ ସ୍ମିଥ ୨୦ ରନ କରି ଆଉଟ ହୋଥିଲେ। ଝେ ରିଚାର୍ଡସନ ୨୪ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକାର ଅନରିଚ ନୋର୍ଜ ଓ ଜେ.ଜେ. ସ୍ମୁଟ୍‌ ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଜବାବରେ ଦକ୍ଷିଣ ଆଫ୍ରିକା ୪୫.୩ ଓଭରରେ ୪ ଉଇକେଟ ହରାଇ ୨୫୮ ରନ କରି ବିଜୟ ହାସଲ କରିଛି। ଦଳ ତରଫରୁ ସ୍ମୁଟ ସର୍ବାଧିକ ୮୪, ହେନରିଚ କ୍ଲାସେନ ଅପରାଜିତ ୬୮, କାଏଲ ଭେରେଇନ୍‌ ୫୦, ଓପନର ଜାନେମାନ ମଲାନ ୨୩, ଅଧିନାୟକ କ୍ୱିଣ୍ଟନ ଡିକକ୍‌ ୨୬ ରନ ସଂଗ୍ରହ କରିଥିଲେ। ଅଷ୍ଟ୍ରେଲିଆ ତରଫରୁ ବୋଲିଂରେ ଜୋଶ ହାଜେଲଉଡ ୨, କେନ ରିଚାର୍ଡସନ ଓ ଆଡାମ ଜାମ୍ପା ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ୨ ଉଇକେଟ ନେବା ସହ ୮୪ ରନର ଉପଯୋଗୀ ପାଳି ଖେଳିଥିବା ଦକ୍ଷିଣ ଆଫ୍ରିକା ଅଲ-ରାଉଣ୍ଡର ସ୍ମୁଟ୍‌ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସେହିପରି କ୍ଲାସେନ ପ୍ଲେୟାର ଅଫ୍‌ ଦି ସିରିଜ ଭାବେ ପୁରସ୍କୃତ ହୋଇଛନ୍ତି।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ୫୦ ଓଭରରେ ୨୫୪/୭
(ଲାବୁସେନ- ୧୦୮, ଶର୍ଟ- ୩୬, ମାର୍ଶ- ୩୨, ଫିଞ୍ଚ୍‌- ୨୨, ରିଚାର୍ଡସନ-୪*, ନୋର୍ଜ- ୨/୩୫, ସ୍ମୁଟ୍‌- ୨/୪୨)।
ଦକ୍ଷିଣ ଆଫ୍ରିକା ୪୫.୩ ଓଭରରେ ୨୫୮/୪
(ସ୍ମୁଟ୍‌- ୮୪, କ୍ଲାସେନ- ୬୮*, ଭେରେଇନ- ୫୦, ହାଜେଲଉଡ- ୨/୩୭)।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୩ ତାରିଖରେ କୁମ୍ଭ ରାଶିରେ ଅଙ୍ଗାରକ ଯୋଗ, ୩ ରାଶିକୁ ସତର୍କ….

ଯେତେବେଳେ ମଙ୍ଗଳ ଏବଂ ରାହୁଙ୍କ ସଂଯୋଗ ହୁଏ, ଅଙ୍ଗାରକ ଯୋଗ ସୃଷ୍ଟି ହୁଏ। ୨୩ ଫେବୃଆରୀରେ ମଙ୍ଗଳ ମକର ରାଶି ଛାଡି କୁମ୍ଭ ରାଶିରେ ପ୍ରବେଶ କରିବେ…

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri