Posted inଖେଳ

ଦିବରାତ୍ର ଟେଷ୍ଟ: ଇନିଂସ ପରାଜୟ ଏଡାଇବା ଲାଗି ପାକିସ୍ତାନର ସଂଘର୍ଷ

ଆଡିଲେଡ, ୧।୧୨(ଏଏଫ୍‌ପି)- ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଦିବାରାତ୍ର ଭିତ୍ତିକ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନ ଇନିଂସ ପରାଜୟ ଏଡାଇବା ପାଇଁ ସଂଘର୍ଷ ଜାରି ରଖିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୨୭ ଓଭରରେ ୩ ଉଇକେଟ ହରାଇ ୫୮୯ ରନ ସଂଗ୍ରହ କରି ଇନିଂସ ଘୋଷଣା କରିଥିଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ପାକିସ୍ତାନ ବାବର ଆଜାମ ୯୭ ଓ ୟାସିର ଶାହାଙ୍କ ୧୧୩ ରନର ଶତକୀୟ ପାଳି ବଳରେ ୯୪.୪ ଓଭରରେ ୩୦୨ ରନ କରି ଅଲଆଉଟ ହୋଇଥିଲା। ଫଳରେ ପ୍ରଥମ ଇନିଂସରେ ପାକିସ୍ତାନ ୨୮୭ ରନ ପଛରେ ପଡିଥିଲା। ଏହାପରେ ପାକିସ୍ତାନକୁ ଅଷ୍ଟ୍ରେଲିଆ ଫଲୋଅନ ଦେଇଥିଲା।
ଫଲୋଅନ ହେବା ପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ପାକିସ୍ତାନ ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୬.୫ ଓଭରରେ ୩ ଉଇକେଟ ହରାଇ ୩୯ ରନ ସଂଗ୍ରହ କରିଛି। ବର୍ଷା ଯୋଗୁ ଅବଶ୍ୟ ଖେଳ କିଛି ସମୟ ବାଧା ପ୍ରାପ୍ତ ହୋଇଥିଲା। ମ୍ୟାଚ୍‌ ଆଉ ୨ ଦିନ ବାକିଥିବା ବେଳେ ପାକିସ୍ତାନ ୭ ଉଇକେଟ ହାତରେ ରଖି ଇନିଂସ ପରାଜୟ ଏଡାଇବା ପାଇଁ ଆହୁରି ୨୪୮ ରନ ଆବଶ୍ୟକ କରୁଛି। ଷ୍ଟମ୍ପ ଅପସାରଣ ବେଳକୁ ଓପନର ଶାନ ମାସୁଦ ୧୪ ଓ ଆସାଦ ସାଫିକ୍‌ ୮ ରନ କରି ଅପରାଜିତ ରହିଛନ୍ତି। ଓପନର ଇମାମ-ଉଲ ହକ୍‌ ଖାତା ଖୋଲିବା ପୂର୍ବରୁ ଜୋସ ହାଜେଲଉଡଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟ ହୋଇ ପ୍ରଥମେ ଆଉଟ ହୋଇଥିଲେ। ଏହାପରେ ଅଧିନାୟକ ଅଝାର ଅଲି ୯ ରନ କରି ମିଚେଲ ଷ୍ଟାର୍କଙ୍କ ବଲ୍‌ରେ ଷ୍ଟିଭେନ୍‌ ସ୍ମିଥ୍‌ଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ପ୍ରଥମ ଇନିଂସରେ ଲଢୁଆ ପାଳି ଖେଳିଥିବା ବାବର ଆଜମ ୮ ରନ କରି ଉଇକେଟକିପର ଟିମ୍‌ ପେନ୍‌ଙ୍କୁ କ୍ୟାଚ୍‌ ଦେଇ ହାଜେଲଉଡଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ହାଜେଲଉଡ ୨ ଓ ଷ୍ଟାର୍କ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୯୬/୬ରୁ ଖେଳ ଆରମ୍ଭ କରି ପାକିସ୍ତାନ ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ବାବର ଆଜମ ୪୩ ରନରୁ ଖେଳ ଆରମ୍ଭ କରି ୯୭ ରନକରି ଆଉଟ ହେବା ସହ ଶତକ ହାସଲରୁ ବଞ୍ଚିତ ହୋଇଥିଲେ। ସେହିପରି ୟାସିର ଶାହା ୪ ରନରୁ ଖେଳ ଆରମ୍ଭ କରି ୧୧୩ ରନର ଶତକୀୟ ପାଳି ଖେଳି ଅନ୍ତିମ ବ୍ୟାଟ୍ସମ୍ୟାନ ଭାବେ ଆଉଟ ହୋଇଥିଲେ। ଶାହିନ ଶାହ ଆଫ୍ରିଦି ଖାତା ଖେଳିବା ପୂର୍ବରୁ ଆଉଟ ହୋଇଥିଲେ। ମହମ୍ମଦ ଆବାସ ୨୯ ରନ କରି ଆଉଟ ହୋଇଥିବା ବେଳେ ମହମ୍ମଦ ମୁସା ୧୨ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ ସର୍ବାଧିକ ୬, ପ୍ୟାଟ କୁମିନ୍ସ ୩, ହାଜେଲଉଡ ଗୋଟିଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତି ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୧୨୭ ଓଭରରେ ୫୮୯/୩ (ଇନିଂସ ଘୋଷଣା)।
ପାକିସ୍ତାନ ପ୍ରଥମ ଇନିଂସ- ୯୪.୪ ଓଭରରେ ୩୦୨ ଅଲଆଉଟ
(ୟାସିର ଶାହ- ୧୧୩, ବାବର ଆଜମ- ୯୭, ଆବାସ- ୨୯, ମିଚେଲ ଷ୍ଟାର୍କ- ୬/୬୬, ପ୍ୟାଟ କୁମିନ୍ସ- ୩/୮୩)।
ପାକିସ୍ତାନ ଦ୍ୱିତୀୟ ଇନିଂସ- ୧୬.୫ ଓଭରରେ ୩୯/୩ (ଫଲୋଅନ୍‌)
(ଶାନ୍‌ ମାସୁଦ- ୧୪*, ହାଜେଲଉଡ- ୨/୧୫)।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri