ଦିବ୍ୟାଙ୍ଗ ଅଞ୍ଜନଙ୍କୁ ଆବାସ ଯୋଜନା ସାତ ସପନ

ଚମ୍ପୁଆ,୨୯।୮(ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଜାମୁଦଲକ ପଞ୍ଚାୟତର ଅଢଙ୍ଗାପାଳର ଅଞ୍ଜନ ମହାନ୍ତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସାତ ସପନ ପାଲଟିଛି। ଦୁଇବର୍ଷ ପୂର୍ବରୁ ଆବେଦନ କରି ମଧ୍ୟ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇଛନ୍ତି ଅଞ୍ଜନ। ସରକାରଙ୍କ ପକ୍ଷରୁ ଭିନ୍ନକ୍ଷମ ଓ ଅସହାୟମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରଦାନ କ୍ଷତ୍ରରେ ପ୍ରାଥମିକତା ଦେବାର ନିୟମ ରହିଥିଲେ ମଧ୍ୟ ଏହି ପଞ୍ଚାୟତରେ ଏହାର ବିପରୀତ ପ୍ରତିଫଳନ ଦେଖିବାକୁ ମିଳିଛି।
ସୂଚନା ଅନୁସାରେ ଅଢଙ୍ଗାପାଳ ଗ୍ରାମର ବାମଦେବ ମହାନ୍ତଙ୍କ ପୁଅ ଅଞ୍ଜନ ମହାନ୍ତ। ଏକ ଦୁର୍ଘଟଣାଯୋଗୁ ସେ ସାରା ଜୀବନ ଭିନ୍ନକ୍ଷମ ପାଲଟିଯାଇଥିଲେ। ଘରର ରୋଜଗାରିଆ ପୁଅ ଅଞ୍ଜନ ଭିନ୍ନକ୍ଷମ ହେବା ଫଳରେ ପରିବାରର ଦୁଃଖ ବଢିଚାଲିଛି। ଘର ଖଣ୍ଡିଏ ପାଇଁ ସେ ତା୨୯।୫।୨୦୧୭ରେ ଆନୁଷଙ୍ଗିକ କାଗଜପତ୍ର ଦେଇ ଆବେଦନ କରିଥିଲେ ମଧ୍ୟ ୨ ବର୍ଷ ବିତିଗଲାଣି ହେଲେ ସେ ଘର ଖଣ୍ଡିଏ ପାଇନାହାନ୍ତି। ବାରମ୍ବାର ପଞ୍ଚାୟତ କାର୍ଯ୍ୟାଳୟ ଧାଇଁ ନୟାନ୍ତ ହେଉଥିଲେ ବି କେହି ଶୁଣୁନାହାନ୍ତି। ଦୁର୍ଘଟଣା ପରେ ପରିବାରର ବୋଝ ତାଙ୍କ ବୁଢାବାପା ଉଠାଉଥିଲେ ମଧ୍ୟ ଭାଗ୍ୟକୁ ଆଦରି ଘରେ ପଡିରହି ଅଞ୍ଜନ ଦିନ କାଟିଚାଲିଛନ୍ତି। ଏ ନେଇ ଜାମୁଦଲକ ସରପଞ୍ଚ ରମେଶ ମୁଣ୍ଡାଙ୍କୁ ପଚାରିବାରୁ ୨୦୧୧ ଅନୁଯାୟୀ ଯେଉଁମାନଙ୍କର ନାମ ତାଲିକାଭୁକ୍ତ ହୋଇଥିଲା ସେମାନଙ୍କୁ ଘର ପ୍ରଦାନ କରାଯାଉଛି। ତାଲିକାରେ ଅଞ୍ଜନଙ୍କର ନାମ ନ ଥିବାରୁ ତାଙ୍କୁ ଆବାସ ଯୋଜନା ଦିଆଯାଇନାହିଁ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଏବିଡିଓ ଶରତଚନ୍ଦ୍ର ବାରିକ ଏଥିପ୍ରତି ଦୃଷ୍ଟି ଦିଆଯାଇ ଭିନ୍ନକ୍ଷମମାନଙ୍କୁ ଅଗ୍ରାଧିକାର ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri