ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଘଟଣା, କନଷ୍ଟେବଳ ନିର୍ଦ୍ଦୋଷ, ମାମୁ ପୁଅ ଗିରଫ

ଫୁଲବାଣୀ ଅଫିସ, ୨୦ା୯- ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣେ କନଷ୍ଟେବଳ ବଳାତ୍କାର କରିବା ଘଟଣା ଭିନ୍ନମୋଡ ନେଇଛି ା କନଷ୍ଟେବଳ ଏହି ଘଟଣାରେ ସମ୍ପୃକ୍ତ ନ ଥିବା ପୋଲିସ ସ୍ପଷ୍ଟ କରିଛି ା ତେବେ ଏହି ଘଟଣାରେ ଯୁବତୀଙ୍କ ମାମୁ ପୁଅକୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସମ୍ପୃକ୍ତ ଯୁବକ ହେଲେ ହରିହର ନାୟକ। ମିଳିଥିବା ସୂଚନା ଅନୁଯାୟୀ, ଯୁବତୀ ଜଣକ ଭୋଟ ଦେବାପରେ ଏପ୍ରିଲ ୧୮ରେ ତାଙ୍କ ମାମୁଘର ଖଜୁରିପଡ଼ା ଗ୍ରାମକୁ ଯାଇଥିଲେ। ସେଠାରେ ୧୦ ଦିନ ରହିବା ପରେ ଭୁବନେଶ୍ୱର ସାଲିଆସାହିରେ ରହୁଥିବା ଭିଣୋଇଙ୍କ ଘରକୁ ଯାଇଥିଲେ। ସେଠାକୁ ହରିହର ଯିବା ଆସିବା କରନ୍ତି। ସେଠାରେ ତାଙ୍କ ସହ ଶାରିରୀକ ସମ୍ପର୍କ ରଖିଥିବା ଥାନାଧିକାରୀ ରମାକାନ୍ତ ପାତ୍ର କହିଛନ୍ତି। ଅଲ୍‌ଟ୍ରାସାଉଣ୍ଡ ରିପୋର୍ଟରେ ମେ’ ୪ ପରେ ଯୁବତୀ ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଯେଉଁ ସମୟରେ ଯୁବତୀ ଭୁବନେଶ୍ୱରରେ ଥିଲେ। ତେବେ ଏ ନେଇ ହରିହରଙ୍କୁ ପଚାରିବାରୁ ସେ ଏହି ଘଟଣାରେ ସମ୍ପୃକ୍ତ ନ ଥିବା କହିଛନ୍ତି। ସୂଚନାଯୋଗ୍ୟ ଯୁବତୀଙ୍କ ରିପୋର୍ଟ ଆଧାରରେ ଥାନାରେ ନଂ.୮୨/୧୯ରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri