ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ, ଅଭିଯୁକ୍ତ ଗିରଫ

ପାତ୍ରପୁର,୨୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି ା ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ପାତ୍ରପୁର ବ୍ଲକ ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ତାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି ା ବିଲରେ ଧାନ ରୁଆ ଚାଲିଥିବା ବେଳେ ଘରେ କେହି ନ ଥିବାରୁ ସମ୍ପୃକ୍ତ ଯୁବତୀ ଜଣକ ଏକା ଥିଲେ। ଏହାର ସୁଯୋଗ ନେଇ ରାଜେନ୍ଦ୍ର ବେହେରା ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଘଟଣା ଜଣାପଡ଼ିବା ପରେ ସାହିରେ ବୈଠକ ବସିଥିଲା। ଏହାର ସମାଧାନ ହୋଇ ନ ପାରିବାରୁ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଏନେଇ ଜରଡ଼ା ପୋଲିସ ନଂ. ୧୨୭/୧୯ ଏକ ମାମଲା ରୁଜୁ କରି ଅଭିଯୁକ୍ତ ରାଜେନ୍ଦ୍ରଙ୍କୁ ଗିରଫ କରିବା ସହ ଉଭୟଙ୍କୁ ଡ଼ାକ୍ତରୀ ମାଇନା ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା

ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri