ଦିବ୍ୟାଙ୍ଗଙ୍କୁ ବିଭିନ୍ନ ଉପକରଣ ପ୍ରଦାନ

ଡୁବୁରୀ,୨୬।୯(ଡି.ଏନ୍‌.ଏ.): ଟାଟା ଷ୍ଟିଲ ପକ୍ଷରୁ ବୁଧବାର କଳିଙ୍ଗନଗର ଅଞ୍ଚଳର ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଛି। ଏ ନେଇ ଡୁବୁରୀସ୍ଥିତ କପିଳେଶ୍ୱର ମହାବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ବିଜ୍ଞାନ ପ୍ରଯୁକ୍ତିବିଦ୍ୟା, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଦିବ୍ୟାଙ୍ଗ ସଶସ୍ତୀକରଣ ମନ୍ତ୍ରୀ ଅଶୋକ କୁମାର ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ଟାଟା ଷ୍ଟିଲର ଏପରି ଉଦ୍ୟମକୁ ପ୍ରଶଂସା କରିଥିବାବେଳେ ଏମ୍‌ଏଲ୍‌ଏ ଓ ଏମପି ଲ୍ୟାଡ୍‌ ଫଣ୍ଡରେ ଦିବ୍ୟାଙ୍ଗଙ୍କ ପାଇଁ ଅଧିକ ସହାୟତା ଯୋଗାଇ ଦିଆଯିବାର ବ୍ୟବସ୍ଥା ରହିଥିବା ମନ୍ତ୍ରୀ ପଣ୍ଡା କହିଥିଲେ। ଏହି ଅବସରରେ ୪୩ ଜଣ ଦିବ୍ୟାଙ୍ଗଙ୍କୁ ମାନପତ୍ର ଓ ଉପକରଣ ପ୍ରଦାନ କରିଛନ୍ତି। ଏଥିସହ ୩୦ ଜଣଙ୍କୁ ଟ୍ରାଇ ସାଇକେଲ, ଆଶାବାଡି ଓ ଅନ୍ୟାନ୍ୟ ସାମଗ୍ରି ବଣ୍ଟନ କରିଥିଲେ। ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ ଯୋଗଦେଇ ଟାଟା ଷ୍ଟଲର ଏହି କାର୍ଯ୍ୟ କେବଳ କଳିଙ୍ଗନଗର ଅଞ୍ଚଳରେ ସୀମିତ ନ ରଖି ସୁକିନ୍ଦା ଓ ଦାନଗଦୀ ବ୍ଲକକୁ ସମ୍ପ୍ରସାରିତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି କାର୍ଯ୍ୟକ୍ରମ ପୂର୍ବରୁ ଯାଜପୁର ଜିଲା ସ୍ବାସ୍ଥ୍ୟ ବିଭାଗ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନ ନୀରତା ସହଯୋଗରେ ଏକ ଶିବିର ମାଧ୍ୟମରେ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଟାଟା ଷ୍ଟିଲ ପକ୍ଷରୁ ଚିହ୍ନଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri