Posted inଜାତୀୟ

ଦିଲ୍ଲୀ, ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ ମାତ୍ରା ଅନୁଧ୍ୟାନ କଲା ପିଏମ୍‌ଓ: ଟାସ୍କଫୋର୍ସ ବୈଠକରେ ସମୀକ୍ଷା କଲେ ପି. କେ. ମିଶ୍ର

ନୂଆଦିଲୀ, ୨୬।୧୦(ପିଆଇବି): ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ମାତ୍ରା ଅନୁଧ୍ୟାନ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ର ଗୁରୁବାର ସନ୍ଧ୍ୟାରେ ଉଚ୍ଚସ୍ତରୀୟ ଟାସ୍କଫୋର୍ସର ସମସ୍ତ ଅଂଶୀଦାରଙ୍କୁ ନେଇ ଏକ ବୈଠକରେ ଏ ସମ୍ପର୍କରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି। ବାୟୁର ଗୁଣବତ୍ତା ଯେପରି ଅଧିକ ହ୍ରାସ ନ ପାଇବ ସେଥିପାଇଁ ତ୍ୱରିତ ପଦକ୍ଷେପ ନେବା ଲାଗି ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। ପ୍ରଭାବଶାଳୀ ଢଙ୍ଗରେ ଫସଲ ବର୍ଜ୍ୟ ଜାଳିବା ଉପରେ କଟକଣା ଜାରିକରିବା ଲାଗି ପଞ୍ଜାବ ଓ ହରିୟାଣା ସରକାରଙ୍କୁ ପ୍ରମୁଖ ସଚିବ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ। ଚାଷୀଙ୍କୁ ଫସଲ ବର୍ଜ୍ୟ ଜାଳିବାରୁ ରୋକିବା ନିମନ୍ତେ ପ୍ରଶାସନକଳକୁ ସକ୍ରିୟ କରିବା ଲାଗି ଦୁଇ ରାଜ୍ୟର ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରତିଶ୍ରୁତି ଦେଇଛନ୍ତି। ଫଳରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ମାତ୍ରା ହ୍ରାସ ପାଇବ ବୋଲି ଆଶା କରାଯାଉଛି। ଏହାଛଡ଼ା କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପାଣ୍ଠି ବିନିଯୋଗ କରି ଏ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଉପରୋକ୍ତ ଦୁଇ ରାଜ୍ୟକୁ କୁହାଯାଇଛି। ଏହି ବୈଠକରେ ଦିଲ୍ଲୀ ସରକାର, ଦିଲ୍ଲୀର ବିଭିନ୍ନ ମହାନଗର ନିଗମ କର୍ତ୍ତୃପକ୍ଷ, ଆଇଆଇଟି, ଟିଇଆର୍‌ଆଇ ଏବଂ ବିଭିନ୍ନ ମନ୍ତ୍ରଣାଳୟର ବିଶେଷଜ୍ଞମାନେ ଉପସ୍ଥିତ ଥିଲେ। ଧୂଳି ପ୍ରଦୂଷଣ, ନିର୍ମାଣ ଓ ଭଗ୍ନ ପ୍ରକ୍ରିୟାରୁ ସୃଷ୍ଟ ଆବର୍ଜନା ଏବଂ ଶିଳ୍ପ ଓ ବାହନଜନିତ ପ୍ରଦୂଷଣକୁ ତୁରନ୍ତ ନିୟନ୍ତ୍ରଣ କରିବା ଲାଗି ପ୍ରମୁଖ ସଚିବ ନିର୍ଦ୍ଦିଷ୍ଟ ଭାବେ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଧାରିତ ସମୟ ମଧ୍ୟରେ ଏ ସମସ୍ତ କାର୍ଯ୍ୟ ସମ୍ପାଦନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ପ୍ରଦୂଷଣ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ପ୍ରମୁଖ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣଙ୍କ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେଇ ଛୋଟରୁ ଛୋଟ ଅଗ୍ନିକାଣ୍ଡ, ଆବର୍ଜନା ଆଦିକୁ ନିୟନ୍ତ୍ରଣ ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି।
ଦିଲ୍ଲୀ ବାୟୁର ଗୁଣବତ୍ତା ବୃଦ୍ଧି ଲାଗି କେନ୍ଦ୍ର ସରକାର ନିରନ୍ତର ଭାବେ ପ୍ରୟାସ କରିଆସୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତତ୍ତ୍ୱାବଧାନରେ ୨୦୧୫ରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ)ର ଶୁଭାରମ୍ଭ କରାଯାଇଥିଲା। ଅଦ୍ୟାବଧି ଦିଲ୍ଲୀ ଏନ୍‌ସିଆର୍‌ କ୍ଷେତ୍ରରେ ୧୧୩ଟି ଏକ୍ୟୁଆଇ ନିରୀକ୍ଷଣ ଷ୍ଟେଶନ ପ୍ରତିଷ୍ଠା କରାଯାଇଛି। ଆଗକୁ ଏପରି ୨୯ଟି ଷ୍ଟେଶନ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri