Posted inଜାତୀୟ

ଦିଲ୍ଲୀ ପରାଜୟ ପରେ ଇସ୍ତଫାକୁ ନେଇ ଦଳ କରିବ ଆତ୍ମସମୀକ୍ଷା: ମନୋଜ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପା ଭଲ ପ୍ରଦର୍ଶନ କରିପାରିନାହିଁ। ଦଳର ଶୋଚନୀୟ ପରାଜୟ ପରେ ଦିଲ୍ଲୀ ଭାଜପା ପ୍ରଦେଶ ଅଧ୍ୟକ୍ଷ ମନୋଜ ତିଓ୍ବାରୀ କହିଛନ୍ତି, ଦିଲ୍ଲୀବାସୀଙ୍କ ନିଷ୍ପତ୍ତିକୁ ମଥାପାତି ଆମେ ଗ୍ରହଣ କରୁଛୁ। ଏଥିସହ ଦଳର କର୍ମକର୍ତ୍ତାଙ୍କ ଅକ୍ଳାନ୍ତ ପରିଶ୍ରମ ପାଇଁ ସେ ତାଙ୍କୁ ସାଧୁବାଦ ଜଣାଇଛନ୍ତି। ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ବହୁମତରେ ବିଜୟ ହାସଲ କରିଥିବାରୁ ଅରବିନ୍ଦ କେଜରିଓ୍ବାଲଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି। ଏହି ନିର୍ବାଚନରେ ଭଲ ପ୍ରଦର୍ଶନ ନେଇ ଆଶା ରଖାଯାଇଥିବା ବେଳେ ଦଳ କିନ୍ତୁ ଭଲ ପ୍ରଦର୍ଶନ କରିପାରିନାହିଁ। ଦଳର ଏହି ଶୋଚନୀୟ ପରାଜୟ ପାଇଁ ମନୋଜ ନିଜକୁ ଦାୟୀ କରିଛନ୍ତି। ଅପରପକ୍ଷେ ଏହି ପରାଜୟ ପରେ ଦଳରୁ ଇସ୍ତାଫା ନେଇ ପ୍ରଶ୍ନ ପଚାରାଯିବାରୁ ସେ କହିଛନ୍ତି, ପ୍ରଦେଶ ଅଧ୍ୟକ୍ଷ ହିସାବରେ ପରାଜୟର ସମସ୍ତ ଦାୟୀତ୍ୱ ମୋର। ଏହି ପରାଜୟ ପାଇଁ ଦଳ ଆତ୍ମସମୀକ୍ଷା କରିବ ବୋଲି ମନୋଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri