Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଏପିର ‘କେଜରିଓ୍ବାଲ ଗ୍ୟାରେଣ୍ଟି କାର୍ଡ’

ନୂଆଦଲ୍ଲୀ,୧୯।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁଦଳ ପ୍ରସ୍ତୁତ ହେଉଛନ୍ତି। ଏଠାରେ ଶାସକ ଆମ ଆଦମୀ ପାର୍ଟି(ଏଏପି), ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ହେବ। ଏଥର ଏଏପି ‘କେଜରିଓ୍ବାଲ ଗ୍ୟାରେଣ୍ଟି କାର୍ଡ’ ସହ ଭୋଟରଙ୍କ ନିକଟର ହେବାକୁ ଚେଷ୍ଟା କରିଛି। ଏଥିରେ ବିଶେଷ ଭାବେ ୧୦ ଟି ଗ୍ୟାରେଣ୍ଟି ଦିଆଯାଇଛି। ଯେଉଁଥିରେ ସାମିଲ ଅଛି ୨୪ ଘଣ୍ଟା ବିଜୁଳି ଓ ୨୪ ଘଣ୍ଟା ବିଶୁଦ୍ଧ ପାନୀୟ ଯୋଗାଣ। ଏହାସହ ୨୦୦ ସହ ୟୁନିଟ ପର୍ଯ୍ୟନ୍ତ ବିଜୁଳି ମାଗଣରେ ଦିଆଯିବାର ମଧ୍ୟ ବ୍ୟବସ୍ଥା ରହିଛି। ବିଜୁଳି ଯୋଗାଣ ପାଇଁ ଅଣ୍ଡର ଗ୍ରାଉଣ୍ଡ ବ୍ୟବହାର କରାଯିବ ବୋଲି କହିଛି ଏଏପି। ଏମିତିରେ ୨୦ ହଜାର ଲିଟର ପାଣି ମଧ୍ୟ ମାଗଣାରେ ଦିଆଯିବ। ଛାତ୍ରୀଛାତ୍ରଙ୍କୁ ମାଗଣା ବସ୍‌ ସେବା ମଧ୍ୟ ଯୋଗାଇ ଦିଆଯିବ। ଏହାସହ ଶିକ୍ଷା, ସ୍ବାସ୍ଥ୍ୟ, କୋଠାଘର ଉପରେ ମଧ୍ୟ ଏଏପି ସରକାର ପ୍ରାଧାନ୍ୟ ଦେବେ ବୋଲି ଗ୍ୟାରେଣ୍ଟି କାର୍ଡରେ ଉଲ୍ଲେଖ କରିଛନ୍ତି। ଘୋଷଣାପତ୍ର ପୂର୍ବରୁ ଏଏପିର ଏହି କାର୍ଡ ଭୋଟରଙ୍କୁ ଆକର୍ଷିତ କରିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri