Posted inଜାତୀୟ

ଦିଲ୍ଲୀ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩ା୬(ପି.ଟି.): ଦିଲ୍ଲୀ ମେଡିକାଲ ଓ୍ବାର୍ଡଗୁଡ଼ିକର ଦୟନୀୟ ସ୍ଥିତିକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର ଦିଲ୍ଲୀ ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ଦିଲ୍ଲୀ ହସ୍ପିଟାଲରେ କରୋନା ରୋଗୀଙ୍କୁ ପ୍ରାଣୀଙ୍କ ଠାରୁ ହୀନ ବ୍ୟବହାର କରାଯାଉଛି। ରୋଗୀଙ୍କ ମୃତ୍ୟୁ ଘଟିଲେ ମୃତଦେହ ଲବି ଓ ପ୍ରତୀକ୍ଷାଞ୍ଚଳରେ ରଖାଯିବା ସହ ଅଳିଆ ଗଦାରେ ଫିଙ୍ଗିଦିଆଯାଉଥିବା ଖବର ପ୍ରକାଶ ପାଇବା ପରେ ସର୍ବୋଚ୍ଚ ଅଦାଲତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଦିଲ୍ଲୀ ହସ୍ପିଟାଲଗୁଡ଼ିକର ସ୍ଥିତି ଅତି ନିକୃଷ୍ଟ, ଭୟଙ୍କର ତଥା ଦୁଃଖଦାୟକ ବୋଲି ଖଣ୍ଡପୀଠ କହିବା ସହ ଶବ ପରିଚାଳନାରେ ବିଫଳତା ଲାଗି ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କରୋନା ରୋଗୀଙ୍କ ଚିକିତ୍ସା ଏବଂ ଶବ ପରିଚାଳନାରେ ତ୍ରୁଟିକୁ ନେଇ ସୁପ୍ରିମକୋର୍ଟ ନିଜଆଡ଼ୁ ମାମଲା ରୁଜୁ କରି କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ହସ୍ପିଟାଲଗୁଡ଼ିକ ମୃତଦେହ ରଖିବାରେ ଉପଯୁକ୍ତ ଧ୍ୟାନ ଦେଉନାହାନ୍ତି। ରୋଗୀଙ୍କ ମୃତ୍ୟୁ ସମ୍ପର୍କରେ ମଧ୍ୟ ସେମାନଙ୍କ ପରିବାର ସଦସ୍ୟଙ୍କୁ ସୂଚନା ଦିଆଯାଉନାହିଁ। ଫଳରେ ସେମାନେ ମୃତକଙ୍କ ଶେଷକୃତ୍ୟରେ ଯୋଗଦେଇପାରୁନାହାନ୍ତି ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।
ଏଥିସହିତ ଦିଲ୍ଲୀରେ ଖୁବ୍‌ କମ୍‌ କୋଭିଡ୍‌-୧୯ ପରୀକ୍ଷା ହେଉଥିବାରୁ ଜଷ୍ଟିସ୍‌ ଅଶୋକ ଭୂଷଣ, ଏସ୍‌.କେ. କୌଲ ଏବଂ ଏମ୍‌.ଆର୍‌. ଶାହାଙ୍କୁ ନେଇ ଗଠିତ ଖଣ୍ଡପୀଠ ଦିଲ୍ଲୀ ସରକାରଙ୍କୁ ପ୍ରଶ୍ନ କରିଥିଲେ। ପୂର୍ବରୁ ଦିଲ୍ଲୀରେ ଦିନକୁ ୭୦୦୦ କୋଭିଡ୍‌ ପରୀକ୍ଷା ହେଉଥିବାବେଳେ ଏବେ ତାହା ୫୦୦୦କୁ ହ୍ରାସ ପାଇଛି। ଅନ୍ୟପକ୍ଷରେ ମୁମ୍ବାଇ ଓ ଚେନ୍ନାଇରେ କୋଭିଡ୍‌ ପରୀକ୍ଷା ବୃଦ୍ଧି ପାଇଛି। କରୋନା ଚିକିତ୍ସା ଓ ଶବ ପରିଚାଳନା ନେଇ ସୁପ୍ରିମକୋର୍ଟ ମହାରାଷ୍ଟ୍ର, ପଶ୍ଚିମବଙ୍ଗ ଓ ତାମିଲନାଡୁ ସରକାରଙ୍କୁ ମଧ୍ୟ ନୋଟିସ ଜାରି କରିଛନ୍ତି। କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକାର ପାଳନ ହେଉନାହିଁ। ରୋଗୀ ପରିଚାଳନା ବ୍ୟବସ୍ଥା, ହସ୍ପିଟାଲ ଷ୍ଟାଫ୍‌ ଏବଂ ରୋଗୀ ଯତ୍ନ ସମ୍ପର୍କିତ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବା ପାଇଁ ଉପରୋକ୍ତ ରାଜ୍ୟର ମୁଖ୍ୟ ସଚିବମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri