ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ  କରୋନାରେ ପୀଡ଼ିତ ହୋଇଛନ୍ତି। ଦ୍ୱିତୀୟ ଥର ତାଙ୍କର କରୋନା ଯାଞ୍ଚ କରାଯାଇଥିବା ବେଳେ ବୁଧବାର ଆସିଥିବା ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଛି। କରୋନାରେ ପୀଡ଼ିତ ହେବା ପରେ ତାଙ୍କୁ ଦିଲ୍ଲୀର ରାଜୀବ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସତ୍ୟେନ୍ଦ୍ରଙ୍କୁ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବା ସହ ଜ୍ୱର ହେବାରୁ ତାଙ୍କୁ ମଙ୍ଗଳବାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପୂର୍ବରୁ ମଧ୍ୟ ତାଙ୍କର କରୋନା ଯାଞ୍ଚ ହୋଇଥିଲା। କିନ୍ତୁ ସେଥିରେ ସତ୍ୟେନ୍ଦ୍ରଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ବର୍ତ୍ତମାନ ତାଙ୍କର ଜ୍ୱର ସାମାନ୍ୟ ରହିଛି, କିନ୍ତୁ ନିଃଶ୍ୱାସ ନେବାରେ ସମସ୍ୟା ସୃଷ୍ଟି ହେଉଥିବା ନେଇ ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି। ତେବେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର କରୋନାରେ ପୀଡ଼ିତ ହେବା ପରେ ଏବେ ସମସ୍ତଙ୍କ ଚିନ୍ତା ବଢ଼ିଯାଇଛି। କାରଣ ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ସେ ଯୋଗଦେଇଥିଲେ। ଏହି ବୈଠକରେ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଦିଲ୍ଲୀ ସରକାରଙ୍କ କେତେକ ମନ୍ତ୍ରୀ ଓ ଅଧିକାରୀ ମଧ୍ୟ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟଘେରାରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri