Posted inଜାତୀୟ

ଦିଲ୍ଲୀ ହିଂସା: ରାଷ୍ଟ୍ରପତିଙ୍କୁ ଭେଟିଲେ ସୋନିଆ, ମନମୋହନ

ନୂଆଦିଲ୍ଲୀ,୨୭।୨: ରାଜଧାନୀ ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବ୍ୟାପିଥିବା ହିଂସା ଉଗ୍ର ରୂପ ନେଇଛି। ଏଭଳି ପରିସ୍ଥିତିକୁ ଦେଖି କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କଂଗ୍ରେସ ପ୍ରତିନିଧି ମଣ୍ଡଳଙ୍କ ସହ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍‌ କରି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଦିଲ୍ଲୀରେ ଗତ ୪ଦିନ ହେବ ଉପୁଜିଥିବା ହିଂସାରେ ଏବେସୁଦ୍ଧା ପାଖାପାଖି ୩୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଶହ ଲୋକ ଆହତ ହୋଇଛନ୍ତି। ଏହା କେନ୍ଦ୍ର ସରକାରଙ୍କ ବିଫଳତା ବୋଲି କଂଗ୍ରେସ ଦର୍ଶାଇଛି। ଏହାସହ ଦିଲ୍ଲୀରେ ଆଇନ ଶୃଙ୍ଖଳା ପରିସ୍ଥିତି ସୁଧାରିବା ଓ ଏହା ସ୍ବରାଷ୍ଟ ମନ୍ତ୍ରଣାଳୟର ବିଫଳତା ଦର୍ଶାଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି କଂଗ୍ରେସ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?