Posted inଜାତୀୟ

ଦିଲ୍ଲୀ ହିଂସା: ସଂସଦର ଉଭୟ ଗୃହରେ ଅଚଳାବସ୍ଥା; ଶାହାଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ହିଂସା ନେଇ ସଂସଦର ବଜେଟ ଅଧିବେଶନରେ ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏଥିପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ କରାଯାଇଛି। ଶାହା ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ବୋଲି ବିରୋଧୀ ଦାବି କରିଛନ୍ତି। ଲୋକ ସଭାରେ ଏନେଇ ହଟ୍ଟଗୋଳ ହୋଇଛି। କଂଗ୍ରେସ ସଦସ୍ୟ ଶାହାଙ୍କ ଇସ୍ତଫା ଦାବି ଲେଖାଥିବା ପ୍ଲାକାର୍ଡ ଧରି ଗୃହ ମଝିକୁ ଆସି ହଟ୍ଟଗୋଳ କରିଥିଲେ। ସରକାର ୩ ଦିନ ପର୍ଯ୍ୟନ୍ତ ଜାଣିଶୁଣି ଶୋଇ ରହିଥିଲେ ବୋଲି କଂଗ୍ରେସ ପକ୍ଷରୁ ଗୁଲାମ ନବୀ ଆଜାଦ୍‌ ରାଜ୍ୟ ସଭାରେ କହିଛନ୍ତି। ହିଂସାରେ ଦିଲ୍ଲୀ ଜଳୁଥିବାବେଳେ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି ନୀରବ ରହିଥିବା ସେ ଅଭିଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀ ହିଂସା ନେଇ ଉତ୍ତର ଦିଅନ୍ତୁ ବୋଲି ବିରୋଧୀ ଦାବି କରିଛନ୍ତି। ସୂଚନାଯୋଗ୍ୟ, ସଂସଦର ବଜେଟ ଅଧିବେଶନ ଏପ୍ରିଲ୍‌ ୩ ପର୍ଯ୍ୟନ୍ତ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri